ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ ପାଇବେ। ହିତାଧିକାରୀମାନେ ଯେତିକି ଚାଉଳ ବର୍ତ୍ତମାନ ପାଉଛନ୍ତି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା (ଏମ୍‌ଏପିଓ୍ବାଇ)ରେ ସେମାନଙ୍କ କୋଟାରେ ଅତିରିକ୍ତ ୫ କେଜି ଚାଉଳ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।
ଶନିବାର କ୍ୟାବିନେଟ୍‌ ବୈଠକ ଶେଷ ହେବାପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜ୍ୟରେ ଖାଉଟିଙ୍କୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ଚାଉଳ ଉପଲବ୍ଧ କରାଇ ଖାଦ୍ୟ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ମାଧ୍ୟମରେ ଏନ୍‌ଏଫ୍‌ଏସ୍‌ଏ ଏବଂ ଏସ୍‌ଏଫ୍‌ଏସ୍‌ଏସ୍‌ ହିତାଧିକାରୀ ଅତିରିକ୍ତ ଚାଉଳ କୋଟା ପାଇବେ। ଏହି ଯୋଜନା ମାଧ୍ୟମରେ ରାଜ୍ୟର ଟାର୍ଗେଟେଡ୍‌ ପବ୍ଲିକ୍‌ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ ଅଧୀନ ସମସ୍ତ ହିତାଧିକାରୀ ପରିବାର ପାଇଁ ସେମାନଙ୍କ ମାସିକ ନିୟମିତ ଧାର୍ଯ୍ୟ ଚାଉଳ କୋଟା ବ୍ୟତୀତ ମୁଣ୍ଡ ପିଛା ୫ କେଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇବେ। ରାଜ୍ୟରେ ବର୍ତ୍ତମାନ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୯୭ ଲକ୍ଷ ୯୭ ହଜାର ୫୭୨ ପରିବାରର ୩ କୋଟି ୨୨ ଲକ୍ଷ ୮୯ ହଜାର ୬୯୨ ଜଣ ହିତାଧିକାରୀ ଉପକୃତ ହେଉଛନ୍ତି। ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୨ ଲକ୍ଷ ୯୮ ହଜାର ୭୨୫ ପରିବାରର ୫ ଲକ୍ଷ ୬୨ ହଜାର ୭୩୭ ହିତାଧିକାରୀ ଉପକୃତ ହେଉଛନ୍ତି।

ଏ ସମ୍ବନ୍ଧୀୟ ମାସିକ ହାରାହାରି ୧.୬୪ ଲକ୍ଷ ମେଟ୍ରିକ ଟନ୍ ହିସାବରେ ବାର୍ଷିକ ହାରାହାରି ୧୯.୭୧ ଟନ୍  ଚାଉଳ ରାଜ୍ୟର ଟାର୍ଗେଟେଡ୍ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ ଅଧୀନ ହିତାଧିକାରୀଙ୍କୁ  ଏମଏପିଓ୍ବାଇ ମାଧ୍ୟମରେ ଦିଆଯିବ । ଏହାଦ୍ବାରା ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ସୁଦୃଢ଼ ହୋଇଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri