୨୫ ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର, ୧୧।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦ୍ୱାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ-ମୁକ୍ତା’ ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି। ରାଜ୍ୟର ୧୧୫ଟି ପୌର ସଂସ୍ଥା ଅନ୍ତର୍ଗତ କାମ କରୁଥିବା ସହରାଞ୍ଚଳ ଶ୍ରମିକ ଓ ବିଭିନ୍ନ ସ୍ଥାନକୁ କାମ ସନ୍ଧାନରେ ଯାଉଥିବା ଶ୍ରମିକ (ପ୍ରବାସୀ ଶ୍ରମିକ)ଗୋଷ୍ଠୀଙ୍କୁ ଜୀବିକା ସୁଯୋଗ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ। ଏହି ଯୋଜନାର ଠିକ୍‌ ରୂପାୟନ ପାଇଁ ତଥା କାର୍ଯ୍ୟରତ ଶ୍ରମିକମାନଙ୍କୁ ଠିକ ସମୟରେ ତାଙ୍କ ପ୍ରାପ୍ୟ ମଜୁରି ପ୍ରଦାନ ନିମନ୍ତେ ରାଜ୍ୟ ସରକାର ଏକ ଓ୍ବେବ୍‌ ଆପ୍‌ ‘ମୁକ୍ତା ସଫ୍ଟ’ ଆରମ୍ଭ କରିଛନ୍ତି। ଏହି ୱେବ୍‌ ଆପ୍‌ର ସଫଳ କାର୍ଯ୍ୟକାରିତା ସମ୍ପର୍କରେ ଅନୁଧ୍ୟାନ ନିମନ୍ତେ ପାଇଲଟ୍‌ ପରୀକ୍ଷଣ ଢେଙ୍କାନାଳ ଓ ଜଟଣୀ ପୌରପାଳିକାରେ କରାଯାଇଛି। ପାଇଲଟ୍‌ ପରୀକ୍ଷଣର ସଫଳତା ପରେ ମୁକ୍ତା ସଫ୍ଟ ଏବେ ରାଜ୍ୟର ୨୫ଟି ପୌରସଂସ୍ଥାରେ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ। ଏଥିମଧ୍ୟରେ ୫ ମହାନଗର ନିଗମ, ୧୪ ପ୍ରମୁଖ ପୌରପାଳିକା ଓ ୬ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଭୁକ୍ତ ବୋଲି ମଙ୍ଗଳବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
‘ମୁକ୍ତା ସଫ୍ଟ୍‌ ୧.୦’ର ସଫଳ ରୂପାୟନ ନିମନ୍ତେ ରାଜ୍ୟସ୍ତରୀୟ ମୁକ୍ତା ପି.ଏମ୍‌.ୟୁ ତଥା ରାଜ୍ୟବ୍ୟାପୀ ୨୫ଟି ପୌରସଂସ୍ଥାର ମାଷ୍ଟର ଟ୍ରେନରମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ପରବର୍ତ୍ତୀ ସ୍ତରରେ ୨୫ଟି ପୌର ସଂସ୍ଥାର କର୍ମଚାରୀଙ୍କୁ ଏହି ମାଷ୍ଟର ଟ୍ରେନରମାନେ ତାଲିମ ଦେବାର କାର୍ଯ୍ୟକ୍ରମ ରହିଛି। ‘ମୁକ୍ତା ସଫ୍ଟ୍‌ ୧.୦’ର ବିଭିନ୍ନ ଦିଗକୁ ପରବର୍ତ୍ତୀ ସ୍ତରରେ ପୌର ସଂସ୍ଥାର କର୍ମଚାରୀଙ୍କୁ ପରିଚିତ କରାଇବାରେ ଏହି ମାଷ୍ଟର ଟ୍ରେନର୍‌ମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି.ମାଥିଭାଥାନନ୍‌ ମଙ୍ଗଳବାର ଏହି ମାଷ୍ଟର୍‌ ଟ୍ରେନରମାନଙ୍କୁ ଅଭିଭାଷଣ ଦେଇ ଏଭଳି ପ୍ରମୁଖ ମଜୁରି ଭିତ୍ତିକ ସହରାଞ୍ଚଳ ଜୀବିକା ସୁରକ୍ଷା କାର୍ଯ୍ୟକ୍ରମ ପ୍ରବର୍ତ୍ତନ କରିବାରେ ଓଡ଼ିଶା ସମଗ୍ର ଦେଶରେ ପ୍ରଥମ ରାଜ୍ୟ ବୋଲି କହିଥିଲେ। ଜନସାଧାରଣଙ୍କ ମତାମତ ଭିତ୍ତିରେ କାର୍ଯ୍ୟକ୍ରମରେ ବ୍ୟାପକ ପରିବର୍ତ୍ତନ ଅଣାଯାଇଛି ଏବଂ ସହରାଞ୍ଚଳ ଗରିବ ଶ୍ରମିକଙ୍କୁ ତୁରନ୍ତ ପ୍ରାପ୍ୟ ପ୍ରଦାନ ଦିଗରେ ଏହି ୱେବ୍‌ ଆଧାରିତ ଆପ୍‌ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ। ଏହି ମାଷ୍ଟର ଟ୍ରେନରମାନଙ୍କୁ ପ୍ରମୁଖ ସମ୍ବଳ ବ୍ୟକ୍ତି ହିସାବରେ ଚୟନ କରାଯାଇଥିବାରୁ ‘ମୁକ୍ତା ସଫ୍ଟ ୧.୦’ ର ସଫଳ ରୂପାୟନ ଦିଗରେ ଏମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ମାଥିଭାଥାନନ୍‌ ପ୍ରକାଶ କରିଥିଲେ। ରାଜ୍ୟର ୨୫ଟି ପୌର ସଂସ୍ଥାର ୩୦୦ ସମ୍ବଳ ବ୍ୟକ୍ତିଙ୍କୁ ପାଞ୍ଚଟି ବ୍ୟାଚ୍‌ରେ ପ୍ରଶିକ୍ଷଣ ଦିଆଯିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ଶାସନ ସଚିବ ତଥା ରାଜ୍ୟ ସହରାଞ୍ଚଳ ଉନ୍ନୟନ ସଂସ୍ଥାର ନିର୍ଦ୍ଦେଶକ ଶାରଦା ପ୍ରସାଦ ପଣ୍ଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?