୨୫ଟି ପୌରସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ‘ମୁକ୍ତା ସଫ୍ଟ ୧.୦’

ଭୁବନେଶ୍ୱର,୧୦।୧୦(ଅସମାପିକା ସାହୁ): ସହରାଞ୍ଚଳର ଗରିବ ଅଧିବାସୀଙ୍କ ଜୀବିକା ସୁରକ୍ଷା ନିମନ୍ତେ ଗୋଷ୍ଠୀ ଦାରା ସଞ୍ଚାଳିତ ତଥା ସମାଜର ସାଧାରଣ ସ୍ତରରୁ ଯୋଜନା ପ୍ରସ୍ତୁତ କରୁଥିବା ‘ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ମୁକ୍ତା’ ଓ ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ରୂପେ ଆଦୃତ ହୋଇଛି।
ରାଜ୍ୟର ୧୧୫ଟି ପୌର ସଂସ୍ଥା ଅନ୍ତର୍ଗତ କାମ କରୁଥିବା ସହରାଞ୍ଚଳ ଶ୍ରମିକ ଓ ବିଭିନ୍ନ ସ୍ଥାନକୁ କାମ ସନ୍ଧାନରେ ଯାଉଥିବା ଶ୍ରମିକ (ପ୍ରବାସୀ ଶ୍ରମିକ)ଗୋଷ୍ଠୀଙ୍କୁ ଜୀବିକା ସୁଯୋଗ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ।
ଏହି ଯୋଜନାର ସଠିକ ରୂପାୟନ ପାଇଁ ତଥା କାର୍ଯ୍ୟରତ ଶ୍ରମିକଙ୍କୁ ସଠିକ ସମୟରେ ତାଙ୍କ ପ୍ରାପ୍ୟ ମଜୁରୀ ପ୍ରଦାନ ନିମନ୍ତେ ରାଜ୍ୟ ସରକାର ୱେବ ଆଧାରିତ ଆପ ‘ ମୁକ୍ତା ସଫ୍ଟ ‘ ପ୍ରବର୍ତ୍ତନ କରିଛନ୍ତି।

ଏହି ୱେବ ଆଧାରିତ ଆପର ସଫଳ କାର୍ଯ୍ୟକାରିତା ସମ୍ପର୍କରେ ଅନୁଧ୍ୟାନ ନିମନ୍ତେ ପାଇଲଟ/ଆଗୁଆ ପରୀକ୍ଷଣ ଢେଙ୍କାନାଳ ଓ ଜଟଣୀ ପୌରପାଳିକାରେ କରାଯାଇଛି।
ପାଇଲଟ ପରୀକ୍ଷଣର ସଫଳତା ଭିତ୍ତିରେ ମୁକ୍ତା ସଫ୍ଟ ରାଜ୍ୟର ୨୫ଟି ପୌର ସଂସ୍ଥାରେ ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ, ଯାହା ମଧ୍ୟରେ ୫ଟି ମହାନଗର ନିଗମ, ୧୪ଟି ପ୍ରମୁଖ ପୌରପାଳିକା ଓ ୬ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଭୁକ୍ତ।
‘ମୁକ୍ତା ସଫ୍ଟ ୧.୦’ର ସଫଳ ରୂପାୟନ ନିମନ୍ତେ ରାଜ୍ୟସ୍ତରୀୟ ମୁକ୍ତା ପି .ଏମ .ୟୁ ତଥା ରାଜ୍ୟବ୍ୟାପୀ ୨୫ଟି ପୌରସଂସ୍ଥାର ମାଷ୍ଟର୍‌ ଟ୍ରେନର୍‌ମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ‘ମୁକ୍ତା ସଫ୍ଟ ୧.୦’ ର ବିଭିନ୍ନ ଦିଗକୁ ପରବର୍ତ୍ତୀ ସ୍ତରରେ ପୌର ସଂସ୍ଥାର କର୍ମଚାରୀମାନଙ୍କୁ ପରିଚିତ କରାଇବାରେ ଏହି ମାଷ୍ଟର୍‌ ଟ୍ରେନର୍‌ମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଜି ମାଥିଭାଥାନନ ଏହି ମାଷ୍ଟର୍‌ ଟ୍ରେନରଙ୍କୁ ଅଭିଭାଷଣ ପ୍ରଦାନ କରି , ଏଭଳି ପ୍ରମୁଖ ମଜୁରୀ ଭିତ୍ତିକ ସହରାଞ୍ଚଳ ଜୀବିକା ସୁରକ୍ଷା କାର୍ଯ୍ୟକ୍ରମ ପ୍ରବର୍ତ୍ତନ କରିବାରେ ଓ ସମଗ୍ର ଦେଶରେ ପ୍ରଥମ ରାଜ୍ୟ ବୋଲି ସୂଚନା ଦେଇଥିଲେ।
ଜନସାଧାରଣଙ୍କ ମତାମତ ଭିତ୍ତିରେ କାର୍ଯ୍ୟକ୍ରମରେ ବ୍ୟାପକ ପରିବର୍ତ୍ତନ ଅଣାଯାଇଛି ବୋଲି ସେ କହିଥିଲେ ଏବଂ ସହରାଞ୍ଚଳ ଗରିବ ଶ୍ରମିକଙ୍କୁ ତୁରନ୍ତ ପ୍ରାପ୍ୟ ପ୍ରଦାନ ଦିଗରେ ଏହି ୱେବ ଆଧାରିତ ଆପ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କହିଥିଲେ। ଏହି ମାଷ୍ଟର୍‌ ଟ୍ରେନର୍‌ ମାନଙ୍କୁ ପ୍ରମୁଖ ସମ୍ବଳ ବ୍ୟକ୍ତି ହିସାବରେ ଚୟନ କରାଯାଇଥିବାରୁ ‘ମୁକ୍ତା ସଫ୍ଟ ୧.୦’ ର ସଫଳ ରୂପାୟନ ଦିଗରେ ଏମାନେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଶ୍ରୀ ମାଥିଭାଥାନନ ମତପ୍ରକାଶ କରିଥିଲେ।

ରାଜ୍ୟର ୨୫ଟି ପୌର ସଂସ୍ଥାର ୩୦୦ ସମ୍ବଳ ବ୍ୟକ୍ତିଙ୍କୁ ପାଞ୍ଚଟି ବ୍ୟାଚରେ ପ୍ରଶିକ୍ଷଣ ଦିଆଯିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଯୁଗ୍ମ ଶାସନ ସଚିବ ତଥା ରାଜ୍ୟ ସହରାଞ୍ଚଳ ଉନ୍ନୟନ ସଂସ୍ଥାର ନିର୍ଦ୍ଦେଶକ ଶାରଦା ପ୍ରସାଦ ପଣ୍ଡା ସୂଚନା ଦେଇଛନ୍ତି।
ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇଥିବା ମାଷ୍ଟର୍‌ ଟ୍ରେନର୍‌ ମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଗାମୀ ୧୩ ତାରିଖ ପର୍ଯ୍ୟଣ୍ଟ ଚାଲିବ ଓ ପରବର୍ତ୍ତୀ ସ୍ତରରେ ୨୫ ଟି ପୌର ସଂସ୍ଥାର କର୍ମଚାରୀ ମାନଙ୍କୁ ଏହି ମାଷ୍ଟର୍‌ ଟ୍ରେନର୍‌ ମାନେ ତାଲିମ ଦେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri