ମୁକ୍ତା ଯୋଜନା: ଜଳ ଅମଳ ପ୍ରକଳ୍ପ ନାଁରେ ଦୁର୍ନୀତି

ପଟ୍ଟାମୁଣ୍ଡାଇ,୨୦ା୧୨(ସ୍ବ.ପ୍ର.):ମହାମାରୀ କରୋନା ସମୟରେ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରବାହୁଡ଼ା ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ବାସ କରୁଥିବା ଅସହାୟ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା (ମୁକ୍ତା)ରେ କାମ ଯୋଗାଇ ଦେଇଥିଲେ। ଏହି ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ନେଇ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ କାମ ଦିଆଯାଇଥିଲା। ଏସ୍‌ଏଚ୍‌ଜିକୁ ସାମ୍ନାରେ ରଖି ଠିକାଦାର ମୁକ୍ତା ଯୋଜନାରେ ବର୍ଷାଜଳ ସଂରକ୍ଷଣ ପ୍ରକଳ୍ପ ତିଆରି କଲେ। ଯୋଜନା ଆଳରେ ଗରିବ ଗୁରୁବାଙ୍କୁ କାମ ଯୋଗାଇବା ଥିଲା ମୁଖ୍ୟ ଉଦ୍ଦେଶ୍ୟ। ହେଲେ ଏହି ଯୋଜନା ଅଧିକାରୀଙ୍କ ପକେଟ ଗରମ କଲା। ଆଉ ଏହି ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କୁ ପରୋକ୍ଷରେ ବଦନାମ କରିବାକୁ ଏକ ବଡ଼ ଷଡ଼ଯନ୍ତ୍ର ଚାଲିଲା। କାରଣ ସବୁ ବର୍ଷା ଜଳ ଅମଳ ପ୍ରକଳ୍ପ ବୋର୍ଡରେ ବଡ଼ ବଡ଼ କରି ଲେଖାଯାଇଛି ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା। ହେଲେ ସବୁ ଜଳ ଅମଳ ପ୍ରକଳ୍ପରେ କେମିତି ହରିଲୁଟ୍‌ ହେଇଛି ତାହା ଜଳ ଜଳ ହୋଇ ବାରି ହୋଇ ପଡୁଛନ୍ତି। ପଟ୍ଟାମୁଣ୍ଡାଇର ପୌରପାଳିକାର ଚିତ୍ର ଦେଖିଲେ ଯେ କେହି ବି କହିବ ଏହା ଜଳ ଅମଳ ପ୍ରକଳ୍ପ ନୁହେଁ ବରଂ ଅଧିକାରୀଙ୍କ ଟଙ୍କା ଅମଳ ପ୍ରକଳ୍ପ।
ସୂଚନାଯୋଗ୍ୟ, ପଟ୍ଟାମୁଣ୍ଡାଇ ସହରରେ ୨୦୨୦ ମାର୍ଚ୍ଚଠାରୁ ୨୦୨୨ ଅକ୍ଟୋବର ପର୍ଯ୍ୟନ୍ତ ମୁକ୍ତା ଯୋଜନା ମାଧ୍ୟମରେ ୨୦ଟି ୱାର୍ଡରେ ୨୮୫ ଟି ଜଳ ସଂରକ୍ଷଣ ପ୍ରକଳ୍ପ ବାବଦକୁ ମୋଟ ୧ କୋଟି ୧୩ ଲକ୍ଷ ୫୪ ହଜାର ୩ ଟଙ୍କା ଖର୍ଚ୍ଚ ହୋଇଛି। ଏହାର କାର୍ଯ୍ୟାଦେଶ ବିଭିନ୍ନ ଏସ୍‌ଏଚ୍‌ଜି ନଁାରେ ଦିଆଯାଇ କାର୍ଯ୍ୟ ହୋଇଛି। ତେବେ ସେହି ଜଳ ଅମଳ ପ୍ରକଳ୍ପଗୁଡ଼ିକର ଏବେ ଆଉ ଚିହ୍ନବର୍ଣ୍ଣ ନାହିଁ। କେବଳ ଫଳକ ଦେବାଲ ଅଛି, ଲେଖା ଲିଭିଗଲାଣି, ଜଳ ଅମଳ ପ୍ରକଳ୍ପଗୁଡ଼ିକ ପଡ଼ି ରହିଛି। କାରଣ ଏସ୍‌ଏଚ୍‌ଜିଙ୍କ ନାମରେ ଠିକାଦାରମାନେ ଏହି କାମକୁ ଅତି ନିମ୍ନମାନରେ ତିଆରି କରି ଟଙ୍କା ବିଭାଗୀୟ ଅଧିକାରୀଙ୍କ ସହ ମିଶି ଲୁଟ୍‌ କରିଥିବା କୁହାଯାଇଛି। ୨୦୧୮ ସେପ୍ଟେମ୍ବରରୁ ପୌର ପରିଷଦ ଭାଙ୍ଗିଯାଇଥିବାରୁ ୱାର୍ଡରେ କାଉନସିଲର ନ ଥିଲେ। ଫଳରେ ବିଭାଗୀୟ ଅଧିକାରୀମାନେ ଅତି ତରବରିଆ ଭାବେ ମନଇଚ୍ଛା ଯେଉଁଠି ପାରିଲେ ସେଇଠି ଏହି ପ୍ରକଳ୍ପକୁ ନିମ୍ନମାନର କାମକରି ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଯେଉଁ ଲକ୍ଷ୍ୟ ନେଇ ଏହି ପ୍ରକଳ୍ପ ନିର୍ମାଣ କରାଯାଇଥିଲା ତାହାର କୌଣସି ସୁଫଳ ମିଳିବ ନାହିଁ ବୋଲି କୁହାଯାଇଛି। ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପୂର୍ବରୁ ୨୦ରୁ ୩୦ ଫୁଟ ଗଭୀରରେ ପାଣି ମିଳୁଥିବା ସ୍ଥାନରେ ଏବେ ୬୦ ଫୁଟ ଖୋଳିବାକୁ ପଡୁଛି। ଆଗାମୀ ଦିନରେ ଏହା ସହର ପାଇଁ ଏକ ବଡ଼ ସମସ୍ୟା ସୃଷ୍ଟି କରିବ ବୋଲି ପରିବେଶବିତ୍‌ମାନେ କହୁଛନ୍ତି। ତେବେ ମୁକ୍ତା ଯୋଜନାରେ ସହରର କାନ୍ଥରେ ରଙ୍ଗ ଦେବା ବା ଚିତ୍ରକଳା କରିବା, ମିନି ପାର୍କ ନିର୍ମାଣ କରିବା, ମିଶନ ଶକ୍ତି ଗୃହ ନିର୍ମାଣ କରିବା, ବର୍ଷାଜଳ ସଂରକ୍ଷଣ କରିବା, ବିଭିନ୍ନ ସ୍ଥାନରେ ପରିସ୍ରାଗାର କରିବା, ବଡ଼ ପୋଖରୀ ନିର୍ମାଣ ସହ ପାର୍କର ବ୍ୟବସ୍ଥା କରିବା, ଜିମ୍‌ କରିବା ଭଳି କାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଯୋଜନାରେ ଅର୍ଥ ଖର୍ଚ୍ଚ ହେଉଥିବା ବେଳେ ଏହାର କୌଣସି ଫାଇଦା ଲୋକେ ପାଇପାରୁ ନ ଥିବା ଦେଖିବାକୁ ମିଳିଛି। ତେବେ ଯେଉଁ ଜାଗାରେ ବର୍ଷା ଜଳ ସଂରକ୍ଷଣ ପାଇଁ ସୋକ୍‌ ପିଟ୍‌ ନିର୍ମାଣ କରାଯାଇଛି ସେଠାରେ ଆଗରୁ ଗାତ ଥିବା ବେଳେ ଏବେ ତାହା ମାଟିରେ ମିଶିଯାଇଛି। ସହରର ଭୂତଳ ଜଳସ୍ତର ବୃଦ୍ଧି ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନାକୁ ପୌର ଅଧିକାରୀ ଗୁରୁତ୍ୱ ଦେଉ ନ ଥିବା ବେଳେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କୁ ପଚାରିବାରୁ ମୁକ୍ତା ଯୋଜନା କାର୍ଯ୍ୟକ୍ଷମ ଅଛି। ଯାହା ଖରାପ ହେଉଛି ପୁଣି କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri