ମୁକ୍ତାଦେବୀ ଠାକୁରାଣୀ ଯାତ୍ରା ଆରମ୍ଭ

ଚିକିଟି,୩୦ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଚିକିଟିପେଣ୍ଠର ଅଧିଷ୍ଠାତ୍ରୀ ଦେବୀ ମା’ ମୁକ୍ତାଦେବୀ ଠାକୁରାଣୀଙ୍କ ଯାତ୍ରା ଶନିବାରରୁ ଆରମ୍ଭ ହୋଇଛି। ସକାଳେ ମା’ଙ୍କୁ ପଞ୍ଚାମୃତ ଜଳରେ ମହାସ୍ନାନ, ମାର୍ଜନା ପୂଜାର୍ଚ୍ଚନା କରାଯାଇଥିଲା। ପ୍ରଚଳିତ ପ୍ରଥା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ମା’ଘର ପରିବାର ବନ୍ଧୁ ବର୍ଗ ମା’ଙ୍କ ସ୍ଥାୟୀ ମନ୍ଦିରକୁ ଯାଇ ନିମନ୍ତ୍ରଣ କରିଥିଲେ। ସନ୍ଧ୍ୟାରେ ଭକ୍ତ ସମୂହ ପାରମ୍ପରିକ ବାଦ୍ୟ ବାଜଣା ପଟୁଆର ସହ ପହଞ୍ଚି ମାଙ୍କୁ ଶୋଡଷ ଉପଚାରରେ ପୂଜାର୍ଚ୍ଚନା, ଚଣ୍ଡୀ ପାଠ ପୂର୍ବକ ମାଙ୍କୁ ଆବାହନ କରାଯାଇଥିଲା। ଶେଷରେ ମା’ଙ୍କ ଆଜ୍ଞାମାଳ ଫୁଲ ଚାଙ୍ଗୁଡ଼ିରେ ଆବିର୍ଭାବ ହେବା ପରେ ପ୍ରଥମେ ମୁକ୍ତାଦେବୀ ମା ଘର ରାମ ସାହୁଙ୍କ ଘରେ ପହଞ୍ଚି ପୂଜା ଗ୍ରହଣ କରିଥିଲେ। ପରେ ଢୋଲ, ଟାମକ, ବାଦ୍ୟ, ବାଜଣା, ଶଙ୍ଖ, ହୁଳହୁଳି ସହ ବିରାଟ ଶୋଭାଯାତ୍ରାରେ ନଗର ପରିକ୍ରମା କରି ପେଣ୍ଠ ଆନ୍ଧ୍ର ବ୍ୟାଙ୍କ ନିକଟ ମୁଖ୍ୟ ରାସ୍ତାରେ ରହିଥିବା ଅସ୍ଥାୟୀ ମନ୍ଦିରରେ ସ୍ଥାପିତ ହୋଇଛନ୍ତି। ଶନିବାରରୁ ଚିକିଟି ପେଣ୍ଠର ସମସ୍ତ ସାହି ଗଳି କନ୍ଦି ବୁଲି ଭକ୍ତଙ୍କୁ ଦର୍ଶନ ଦେବା ସହ ପୂଜା ଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି। ସୁନ୍ଦର ଆଲୋକ ମାଳା, ତୋରଣ ଓ କଳା କୁଞ୍ଜରେ ଚିକିଟି ପେଣ୍ଠ ଦୁଲୁକୁଛି। ଠାକୁରାଣୀ ଯାତ୍ରା ଉପଲକ୍ଷେ ମିନାବଜାର ସମେତ ବିଭିନ୍ନ ସାଂସ୍କୃତିକ ଏବଂ ମନୋରଞ୍ଜନ କାର୍ଯ୍ୟକ୍ରମ ଜାରି ରହିବ ବୋଲି ପୂଜା କମିଟି ପକ୍ଷରୁ ଜଣାପଡିଛି। ଅପରପକ୍ଷେ ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରାଯିବା ନେଇ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆସନ୍ତା ଜୁନ ୪ରୁ ଜୁନ ୯ ଯାଏ ନାଟକ ମଞ୍ଚସ୍ଥ ହେବ। ଆସନ୍ତା ଜୁନ ୧୦ରେ ମା’ ମୁକ୍ତାଦେବୀ ଅସ୍ଥାୟୀ ମନ୍ଦିରରୁ ନିଜ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି। ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ସତ୍ୱେ ମା’ଙ୍କ ଯାତ୍ରା ଏବଂ ଘଟ ପରିକ୍ରମା ଦେଖିବା ପାଇଁ ପ୍ରବଳ ଜନ ସମାଗମ ହେଉଥିବା ଲକ୍ଷ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri