Posted inଖେଳ

ସେମିଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର,୨୯ା୩(ସ୍ପୋଟର୍‌ସ ବ୍ୟୁରୋ): ରାମେଶ୍ୱର ସ୍ପୋର୍ଟିଂ ଆନୁକୂଲ୍ୟରେ ଅନୁଷ୍ଠିତ ପଞ୍ଚମ ରାମେଶ୍ୱର କପ୍‌ ତଥା କମଳା ପରିଡ଼ା ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ସେମି ଫାଇନାଲରେ ପ୍ରବେଶ କରିଛି ମୁକ୍ତେଶ୍ୱର। ମଙ୍ଗଳବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ତୃତୀୟ କ୍ୱାର୍ଟର ଫାଇନାଲକୁ ଡର୍କଓ୍ବର୍ଥ ଲୁଇସ୍‌ ମେଥଡରେ ଟାଉନ୍‌ କ୍ଲବକୁ ୭ ଉଇକେଟରେ ପରାସ୍ତ କରିଛି ଦଳ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟାଉନ୍‌ କ୍ଲବ ୩୪.୪ ଓଭରରେ ୧୫୬ ରନ୍‌ରେ ଅଲଆଉଟ ହୋଇଥିଲା। ଜୀବନ ରଣସିଂହ ୫୮ ରନ୍‌ କରିଥିବା ବେଳେ ମୁକ୍ତେଶ୍ୱର ପକ୍ଷରୁ ସୋମଦେବ ବିଶ୍ୱାଳ ୩ ଓ ଦିବ୍ୟେନ୍ଦୁ ପଣ୍ଡା ୨ ଉଇକେଟ ନେଇଥିଲେ। ଜବାବରେ ମୁକ୍ତେଶ୍ୱର ୧୯.୫ ଓଭରରେ ୩ ଉଇକେଟରେ ୧୫୫ ରନ୍‌ କରିଥିବା ବେଳେ ବର୍ଷା କାରଣରୁ ଖେଳ ବନ୍ଦ ରହିଥିଲା। ସମରପ୍ରୀତ ପଟେଲ ୮୯ ରନ୍‌ କରିଥିବା ବେଳୋ ଶ୍ଲୋକ ସଙ୍କଳ୍ପ ୨ ଉଇକେଟ ନେଇଥିଲେ। ଆଉ ଖେଳ ସମ୍ଭବ ନ ହେବାରୁ ଡର୍କଓ୍ବର୍ଥ ଲୁଇସରେ ମୁକ୍ତେଶ୍ୱରକୁ ବିଜୟୀ ଘୋଷଣା କରାଯାଇଥିଲା। ସମରପ୍ରୀତଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ ମୁଖ୍ୟ ଅତିଥି ପ୍ରଭାତ ରଥ। ଜୟନ୍ତ ପ୍ରଧାନ ଓ ଜଗଦୀଶ ମହାପାତ୍ର ମ୍ୟାଚ୍‌ ପରିଚାଳନା କରିଥିଲେ। ବୁଧବାର ବିହାରୀଲାଲ ସ୍ପୋଟର୍‌ସ ଟ୍ରଷ୍ଟ ଓ ଆଲ୍‌ଫା ସ୍ପୋର୍ଟିଂ ଗଞ୍ଜାମ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri