ପ୍ରଥମ ପ୍ରଚେଷ୍ଟାରେ NEETରେ ଚମକିଲେ ମୁକ୍ତେଶ୍ୱର, ୬୪୨ ନମ୍ବର ରଖି…

ଅମରପାଲି,୨୦ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା (ସୌରନଗର) ଗ୍ରାମର ମେଧାବୀ ଛାତ୍ର ମୁକ୍ତେଶ୍ୱର ନନ୍ଦ ଚଳିତ ବର୍ଷର ଏନ୍‌ଇଇଟି (NEET-UG) ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ ୭୨୦ ନମ୍ବରରୁ ୬୪୨ ନମ୍ବର ହାସଲ କରିବା ସହ ସର୍ବଭାରତୀୟ ସ୍ତରରେ ୨୦୯୭ ରାଙ୍କ ଅଧିକାର କରି ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ମୁକ୍ତେଶ୍ୱରଙ୍କ ପିତା ମହେଶ୍ୱର ନନ୍ଦ ଘରୋଇ ଭାବେ କିରାଣି କାମ କରୁଥିବା ବେଳେ ମାତା ରୀତାରାଣୀ ନନ୍ଦ ଜଣେ ଗୃହିଣୀ। ସାଧାରଣ ପରିବାରରୁ ଆସିଥିବା ମୁକ୍ତେଶ୍ୱର କଠିନ ପରିଶ୍ରମ ଓ ଦୃଢ଼ ଲକ୍ଷ୍ୟବୋଧ ବଳରେ ଏହି ସଫଳତା ହାସଲ କରିଛନ୍ତି। ଏଥିପାଇଁ ସେ ପ୍ରତିଦିନ ୧୪ରୁ ୧୬ ଘଣ୍ଟା ପର୍ଯ୍ୟନ୍ତ ଅଧ୍ୟୟନ କରୁଥିଲେ। ମନୋନିବେଶ କରି ପରିଶ୍ରମ କଲେ ନିଶ୍ଚିତ ସଫଳତା ମିଳେ ବୋଲି ସେ କହିଛନ୍ତି।
ପିଲାଦିନରୁ ମେଧାବୀ ଥିବା ମୁକ୍ତେଶ୍ୱର ବୀରମହାରାଜପୁରସ୍ଥିତ ଅରବିନ୍ଦ ଶିକ୍ଷା ଗବେଷଣା କେନ୍ଦ୍ରରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିଲେ। ପରେ ବୀରମହାରାଜପୁର ରଥପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରୁ ଦଶମ ଶ୍ରେଣୀରେ ୯୭ ପ୍ରତିଶତ ଏବଂ ଯୁକ୍ତ ଦୁଇ ବିଜ୍ଞାନରେ ୯୩.୮ ପ୍ରତିଶତ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିଲେ।
ଉଲ୍ଲେଖନୀୟ ଯେ, ପ୍ରଥମ ପ୍ରଚେଷ୍ଟାରେ ଏନ୍‌ଇଇଟିରେ ସଫଳତା ହାସଲ କରି ସେ ଅଞ୍ଚଳର ଛାତ୍ରୀଛାତ୍ରଙ୍କ ପାଇଁ ଏକ ପ୍ରେରଣା ପାଲଟିଛନ୍ତି। ନିଜର ଏହି ସଫଳତାର ଶ୍ରେୟ ସେ ତାଙ୍କ ଶିକ୍ଷକ, ମାତାପିତା, ପରିବାର ସଦସ୍ୟ ଓ ସାଙ୍ଗସାଥୀଙ୍କୁ ଦେଇଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଥିବା ବେଳେ ବିଭିନ୍ନ ମହଳରୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?