ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ସମାଧାନର ବାର୍ତ୍ତା ନେଇ ଅମରାବତିରେ ମୁକ୍ତିକାନ୍ତ

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ବିବାଦର ସମାଧାନ ଦାବିରେ ଗତ ଗାନ୍ଧୀ ଜୟନ୍ତୀରୁ ଭୁବନେଶ୍ବରରୁ ପଦଯାତ୍ରାରେ ବାହାରିଥିବା ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ରବିବାର ଅପରାହ୍ନରେ ଆନ୍ଧ୍ରପ୍ରଦେଶର ରାଜଧାନୀ ଅମରାବତୀରେ ପହଞ୍ଚତ୍ଛନ୍ତି। ଦୀର୍ଘ ୩୬ ଦିନ ମଧ୍ୟରେ ସେ ପ୍ରାୟ ୮ଶହ କିମି ପଦଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ସୀମା ବିବାଦର ଯଥାଶୀଘ୍ର ସମାଧାନ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକତ୍ର ବସି ଆଲୋଚନା କରିବାକୁ ସେ ଦାବି ଜଣାଇଥିଲେ। ତେବେ ଆସନ୍ତା ୯ ତାରିଖରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହେବାର ରହିଛି। ଏଥିରେ ଦୁଇ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦର ସମାଧାନ ବାଟ ଫିଟିବ ବୋଲି ସେ ଆଶାବାଦୀ ଥିବା ବିଶ୍ବାଳ କହିଛନ୍ତି।
ସେ କହିଛନ୍ତି, କୋରାପୁଟ ଜିଲାର କୋଟିଆ, ଗଜପତିର ଗଙ୍ଗାବାଡ ଓ ମାଣିକପାଟଣା ଅବା ରାୟଗଡା ଏବଂ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରାୟ ସବୁଠି ଓଡ଼ିଶା-ଆନ୍ଧ୍ର ସୀମା ଅଞ୍ଚଳଗୁଡିକରେ ବିବାଦ ଲାଗି ରହିଛି। କେତେକ ସ୍ଥାନରେ ଆନ୍ଧ୍ର ପ୍ରଦେଶର ଅଧିକାରୀମାନେ ବାରମ୍ବାର ପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିବା ଅଭିଯୋଗ ଆସୁଛି। ସୀମା ବିବାଦର ଯଥାଶୀଘ୍ର ସମାଧାନ ନିମନ୍ତେ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକତ୍ର ବସି ଆଲୋଚନା କରିବାକୁ ଦାବି ଜଣାଇଥିଲି। ଆସନ୍ତା ୮ ତାରିଖରେ ଅମରାବତୀରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ, ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିରୋଧଦଳ ନେତା ଏନ୍‌. ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନଙ୍କୁ ଭେଟିବା ପାଇଁ ସେ ଅନୁମତି ଲୋଡ଼ିଛନ୍ତି। ଅନୁମତି ଅନୁଯାୟୀ ମୁକ୍ତିକାନ୍ତ ସେମାନଙ୍କୁ ଭେଟି ନିଜର ଦାବି ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri