ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ସମାଧାନର ବାର୍ତ୍ତା ନେଇ ଅମରାବତିରେ ମୁକ୍ତିକାନ୍ତ

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ବିବାଦର ସମାଧାନ ଦାବିରେ ଗତ ଗାନ୍ଧୀ ଜୟନ୍ତୀରୁ ଭୁବନେଶ୍ବରରୁ ପଦଯାତ୍ରାରେ ବାହାରିଥିବା ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ରବିବାର ଅପରାହ୍ନରେ ଆନ୍ଧ୍ରପ୍ରଦେଶର ରାଜଧାନୀ ଅମରାବତୀରେ ପହଞ୍ଚତ୍ଛନ୍ତି। ଦୀର୍ଘ ୩୬ ଦିନ ମଧ୍ୟରେ ସେ ପ୍ରାୟ ୮ଶହ କିମି ପଦଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ସୀମା ବିବାଦର ଯଥାଶୀଘ୍ର ସମାଧାନ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକତ୍ର ବସି ଆଲୋଚନା କରିବାକୁ ସେ ଦାବି ଜଣାଇଥିଲେ। ତେବେ ଆସନ୍ତା ୯ ତାରିଖରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହେବାର ରହିଛି। ଏଥିରେ ଦୁଇ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦର ସମାଧାନ ବାଟ ଫିଟିବ ବୋଲି ସେ ଆଶାବାଦୀ ଥିବା ବିଶ୍ବାଳ କହିଛନ୍ତି।
ସେ କହିଛନ୍ତି, କୋରାପୁଟ ଜିଲାର କୋଟିଆ, ଗଜପତିର ଗଙ୍ଗାବାଡ ଓ ମାଣିକପାଟଣା ଅବା ରାୟଗଡା ଏବଂ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ପ୍ରାୟ ସବୁଠି ଓଡ଼ିଶା-ଆନ୍ଧ୍ର ସୀମା ଅଞ୍ଚଳଗୁଡିକରେ ବିବାଦ ଲାଗି ରହିଛି। କେତେକ ସ୍ଥାନରେ ଆନ୍ଧ୍ର ପ୍ରଦେଶର ଅଧିକାରୀମାନେ ବାରମ୍ବାର ପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିବା ଅଭିଯୋଗ ଆସୁଛି। ସୀମା ବିବାଦର ଯଥାଶୀଘ୍ର ସମାଧାନ ନିମନ୍ତେ ପାଇଁ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏକତ୍ର ବସି ଆଲୋଚନା କରିବାକୁ ଦାବି ଜଣାଇଥିଲି। ଆସନ୍ତା ୮ ତାରିଖରେ ଅମରାବତୀରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀ, ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିରୋଧଦଳ ନେତା ଏନ୍‌. ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନଙ୍କୁ ଭେଟିବା ପାଇଁ ସେ ଅନୁମତି ଲୋଡ଼ିଛନ୍ତି। ଅନୁମତି ଅନୁଯାୟୀ ମୁକ୍ତିକାନ୍ତ ସେମାନଙ୍କୁ ଭେଟି ନିଜର ଦାବି ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri