Posted inଜାତୀୟ

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ ମୁକୁଲ ରୟଙ୍କ ସମେତ ଟିଏମ୍‌ସିର ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗଙ୍ଗା ପ୍ରସାଦ ଦଳରେ ସାମିଲ ହୋଇଛନ୍ତି। ତାଙ୍କ ସହ ଜିଲାର ଅନେକ ନେତା ଟିଏମ୍‌ସିରେ ଯୋଗଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୫ରୁ ଗଙ୍ଗା ପ୍ରସାଦ ଜିଲାରେ ଭାଜପା ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ନିକଟରେ ବିଧାନସଭା ନିର୍ବାଚନରେ ଭାଜପା ଏହି ଜିଲାରେ ଭଲ ପ୍ରଦର୍ଶନ କରିବା ସହ ସମସ୍ତ ୫ଟି ଆସନରେ ବିଜୟୀ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ସେ ଦଳ ଛାଡ଼ିବା ଭାଜପା ପାଇଁ ଏକ ବଡ଼ ଝଟ୍‌କା। ଅନ୍ୟପଟେ ଟିଏମ୍‌ସିରେ ଯୋଗଦେଇ ଗଙ୍ଗା ପ୍ରସାଦ କହିଛନ୍ତି, ଜିଲାର କୌଣସି ନିଷ୍ପତ୍ତିରେ ଦଳର ନେତୃତ୍ୱ ଏକତରଫା ନିଷ୍ପତ୍ତି ନେଇଥାନ୍ତି। ମାସେ ପୂର୍ବରୁ ସେ ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ନିର୍ବାଚନ ଯୋଗୁ ଏହା ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri