କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁକୁଳା ଡ୍ରେନ୍‌, କାହାରି ନଜର ପଡୁନି

କେନ୍ଦୁଝର,୧୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁଖ୍ୟ ଡ୍ରେନ ଦୀର୍ଘ ବର୍ଷ ହେଲା ଭାଙ୍ଗି ମୁକୁଳା ଅବସ୍ଥାରେ ରହିଛି। ଅସୁରକ୍ଷିତ ଅବସ୍ଥାରେ ପଡ଼ି ରହିଥିଲେ ହେଁ ଏଥିପ୍ରତି କାହାରି ନଜର ପଡୁନାହିଁ। ବିପଦପୂଣ୍ଣର୍ର୍ ଅବସ୍ଥାରେ ଯାତାୟାତ କରୁଥିବା ବେଳେ ଅନେକ ସମୟରେ ଡ୍ରେନ୍‌ରେ ପଡ଼ି ବହୁ ଲୋକ ଖଣ୍ଡିଆ ଖାବରା ହେଉଛନ୍ତି। ଅନେକ ସମୟରେ ଟ୍ରାଫିକ ସତ୍ତ୍ୱେ ଡ୍ରେନରୁ ତଳକୁ ଓହ୍ଲାଇ ରାସ୍ତାରେ ଚଳାଚଳ କରୁଥିବାରୁ ଦୁର୍ଘଟଣାର ଆଶଙ୍କା ରହୁଛି ବୋଲି ବରିଷ୍ଠ ଖବରଦାତା ପ୍ରଦୀପ ମହାନ୍ତି କହିଛନ୍ତି।

ସୂଚନାଯୋଗ୍ୟ, ଜିଲାପାଳ ଓ ଅନ୍ୟାନ୍ୟ ଜିଲାସ୍ତରୀୟ ଅଫିସକୁ ଦୈନିକ ବହୁ ସଂଖ୍ୟାରେ ଲୋକେ ଆସିଥାନ୍ତି। ବିଶେଷ କରି ଅଭିଯୋଗ ଶୁଣାଣି ଦିନ ଶହରୁ ଊର୍ଦ୍ଧ୍ୱ ଲୋକ ଗାଁ ଗଣ୍ଡାରୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥାନ୍ତି। ଜିଲାପାଳଙ୍କ ଅଫିସ ଆଗରେ ଟ୍ରାଫିକ ଛକ ଥିବାରୁ ସାଧାରଣତଃ ଏହି ଫୁଟ୍‌ପାଥରେ ଅଫିସ୍‌କୁ ଯିବା ଆସିବା କରିଥାନ୍ତି। ଟ୍ରାଫିକ ସିଗନାଲ ଅପେକ୍ଷାରେ ଗାଡ଼ି ଜମା ହୋଇ ରହୁଥିବା ସମୟରେ ଲୋକମାନେ ଡ୍ରେନ୍‌ ଉପରେ ଯିବାଆସିବା କରିଥାନ୍ତି। ଫୁଟ୍‌ପାଥ ଦେଇ କଟକ ବସ୍‌ଷ୍ଟାଣ୍ଡ ତଥା ଆଗକୁ ଅନ୍ୟାନ୍ୟ ଅଫିସକୁ ଯାଇଥାନ୍ତି। ସେହିପରି ଛକରେ ବିଭିନ୍ନ ସ୍ଥାନରେ ଆନ୍ଦୋଳନ, ବିକ୍ଷୋଭ, ରାଲି ଆଦି ଅନୁଷ୍ଠିତ ହେଲେ ଭିଡ଼ ଜମିଥାଏ। ବିଶେଷ କରି ମହିଳା ଓ ଶିଶୁମାନେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଆନ୍ଦୋଳନ ସମୟରେ ପୋଲିସ ମଧ୍ୟ ବହୁ ସଂଖ୍ୟାରେ ଏହି ସ୍ଥାନରେ ଅସୁବିଧା ଭୋଗ କରେ। ଏଣୁ ଏହାର ତୁରନ୍ତ ମରାମତି କରିବାକୁ ଦାବି ହେଉଛି ା ନଚେତ୍‌ କୌଣସି ବଡ଼ଧରଣର ଅଘଟଣ ହେଲେ ପ୍ରଶାସନ ଦାୟୀ ରହିବେ ବୋଲି ସାମାଜିକ କର୍ମୀ ଦିଲୀପ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri