Posted inଜାତୀୟ

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ ଶିବପାଲ ଓ ପୁଅ ଅଖିଳେଶଙ୍କ ମଧ୍ୟରେ ଛକାପଞ୍ଝା ଚାଲିଛି । ଏମାନଙ୍କ ମଧ୍ୟରେ ହୋଇଥିବା ରାଜନୈତିକ କନ୍ଦଳ ଥମିବାର ନାଁ ନେଉନି । ଉଭୟ ନିଜ ନିଜ ଜିଦରେ ଅଟଳ ଅଛନ୍ତି । ଚାଚା ଶିବପାଲ ଓ ପୁତୁରା ଅଖିଳେଶଙ୍କ ମଧ୍ୟରେ ଏବେ ଚାଲିଛି ଶୀତଳ ଯୁଦ୍ଧ । ଅନୁମାନ କରାଯାଉଥିଲା କି ମୁଲାୟମ ସିଂ ଯାଦବଙ୍କ ଜନ୍ମଦିନରେ ଶିବପାଲ ସମାଜବାଦୀ ପାର୍ଟିରେ ମିଶି ଯାଇପାରନ୍ତି ନଚେତ୍ ଏହାସହ ମେଣ୍ଟ କରିପାରନ୍ତି । ହେଲେ ଏବେ ସେମିତି କିଛି ଲକ୍ଷ୍ୟ କରାଯାଉ ନାହିଁ । କାରଣ ଅଖିଳେଶ ଏଥିପାଇଁ ପ୍ରସ୍ତୁତ ନାହାନ୍ତି । ସୂଚନାଯୋଗ୍ୟ, ମୁଲାୟମଙ୍କ ଜନ୍ମଦିନରେ ସୋମବାର ଶିବପାଲ ସୌଫଇର ଚନ୍ଦଗିରାମ ଷ୍ଟାଡିୟମରେ ସମାଜବାଦୀ ପାର୍ଟିକୁ ବିରୋଧ କରୁଥିବା ବେଳେ ଅଖିଳେଶ ଲକ୍ଷ୍ନୌ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ କେକ୍ କାଟିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri