Posted inଜାତୀୟ

ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ

ନୂଆଦିଲ୍ଲୀ,୫।୪: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ତାଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିବା ପାଇଁ ତାଙ୍କ ପୁଅ ତଥା ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହାତରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଦୀର୍ଘ ଦିନର ଅସୁସ୍ଥତା ପରେ ଗତ ବର୍ଷ ଅକ୍ଟୋବରରେ ମୁଲାୟମ ସିଂ ଯାଦବଙ୍କର ମୃତ୍ୟୁ ଘଟିଥିଲା।

ଅଖିଳେଶ ଯାଦବ ପିତାଙ୍କ ତରଫରୁ ସମ୍ମାନ ଗ୍ରହଣ କରିବାକୁ ବୁଧବାର ସକାଳେ ଦିଲ୍ଲୀରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମରେ ଅଖିଳେଶ ଯାଦବଙ୍କ ସହ ତାଙ୍କ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବତନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କୁ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ହେତୁ ସେପ୍ଟେମ୍ବରରେ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସିତ ଅବସ୍ଥାର ତାଙ୍କର ମୃତ୍ୟୁ ହୋଇଥିଲା। ମୁଲାୟମ ସିଂ ସେତେବେଳେ ମେନପୁରୀ ଆସନରୁ ଲୋକ ସଭା ଏମ୍‌ପି ଥିଲେ। ଏହି ଆସନ ଖାଲି ହେବା ପରେ ଆଉ ଥରେ ନିର୍ବାଚନ ହୋଇଥିଲା। ଯେଉଁଥିରେ ତାଙ୍କ ବୋହୂ ଡିମ୍ପଲ ଯାଦବ ସେହି ଆସନରୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?