Posted inଜାତୀୟ

ସୈଫଇରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର, ଯୋଗଦେବେ ଲୋକସଭା ସ୍ପିକରଙ୍କ ସମେତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୧ ।୧୦: ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କର ଅନ୍ତିମ ସଂସ୍କାର ମଙ୍ଗଳବାର ଅପରାହ୍ନ ୩ଟାରେ କରାଯିବ । ଏବେ ତାଙ୍କ ପାର୍ଥିବ ଶରୀରକୁ ସୈଫଇ ବାସଭବନରେ ରଖାଯାଇଛି । ସକାଳ ୧୦ଟାରୁ ୨ଟା ପର୍ଯ୍ୟନ୍ତ ସୈଫଇ ମେଲା ଗ୍ରାଉଣ୍ଡରେ ଅନ୍ତିନ ଦର୍ଶନ ପାଇଁ ତାଙ୍କ ପାର୍ଥିବ ଶରୀରକୁ ରଖାଯିବ ।
ସୂଚନାଯୋଗ୍ୟ, ମୁଲାୟମ ସିଂ ଯାଦବଙ୍କର ସୋମବାର ମେଦାନ୍ତ ହସ୍ପିଟାଲରେ ପରଲୋକ ହୋଇଛି । କିଛିଦିନ ହେବ ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ନଭେମ୍ବର ୨୨, ୧୯୩୯ରେ ଜନ୍ମ ନେଇଥିବା ମୁଲାୟମ ସିଂ ଯାଦବ ଉତ୍ତର ପ୍ରଦେଶର ସବୁଠାରୁ ବଡ ନେତାଙ୍କ ମଧ୍ୟରେ ଜଣେ ଥିଲେ । ସେ ୩ ଥର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ । ଏହାସହ କେନ୍ଦ୍ର ସରକାରରେ ପ୍ରତିରକ୍ଷା ମନ୍ତ୍ରୀ ମଧ୍ୟ ହୋଇଥିଲେ । ୨ ଅକ୍ଟୋବର ୨୦୨୨ରେ ଅକ୍ସିଜେନ କମ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ୟୁରିନ ଇନଫେକ୍ସନ ସହ ତାଙ୍କର ଉଚ୍ଚ ରକ୍ତଚାପ ସମସ୍ୟା ବି ରହିଥିଲା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?