Posted inଜାତୀୟ

ଲାଲୁଙ୍କୁ ଭେଟିଲେ ମୁଲାୟମ୍‌: ଆରଜେଡି ମୁଖ୍ୟ କହିଲେ, ଦେଶରେ ରହିଛି ସମାଜବାଦର ଆବଶ୍ୟକତା

ନୂଆଦିଲ୍ଲୀ,୨।୮: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ହେଲେ ଏହାପୂର୍ବରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ଦଳ ମେଣ୍ଟ କରୁଥିବା ବେଳେ ଅନେକ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ସୋମବାର ଦିଲ୍ଲୀରେ ସମାଜବାଦୀ ପାର୍ଟି(ଏସ୍‌ପି)ର ବରିଷ୍ଠ ନେତା ମୁଲାୟମ୍‌ ସିଂହ ଯାଦବ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟିଛନ୍ତି। ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଦୁଇ ବରିଷ୍ଠ ନେତାଙ୍କ ସାକ୍ଷାତକାରର କିଛି ଫଟୋ ଟୁଇଟ କରି ଶେୟାର କରିଛନ୍ତି। ଏଥିରେ ଦୁଇ ନେତା ଚା’ ପିଉଥିବାର ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ସୋମବାର ସଂସଦର ମୌସୁମୀ ଅଧିବେଶନରେ ମୁଲାୟମ ସିଂହ ସାମିଲ ହୋଇଥିଲେ। ଏହାପୂର୍ବରୁ ମୁଲାୟମ୍‌ ଲାଲୁଙ୍କୁ ଭେଟିଥିଲେ। ତେବେ ଏହି ସାକ୍ଷାତକାର ପରେ ଲାଲୁ ଟୁଇଟ କରି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶରେ ବରିଷ୍ଠ ସମାଜବାଦୀ ପାର୍ଟିର ସହକର୍ମୀ ମୁଲାୟମ୍‌ ସିଂହଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତକାର ହୋଇଥିଲା। ଏଥିରେ ଲାଲୁ ମୁଲାୟମ୍‌ଙ୍କ କୁଶଳମଙ୍ଗଳ ବିଷୟରେ ପଚାରି ବୁଝିବା ସହ ଚାଷ ଜମି, ନିରକ୍ଷରତା, ଗରିବ ଏବଂ ବେରୋଜଗାର ଉପରେ ଆଲୋଚନା କରିଥିଲେ। ତେବେ ଆଜିକା ଦିନରେ ଦେଶରେ ପୁଞ୍ଜିବାଦ କି ସାମ୍ପ୍ରଦାୟିକତା ନୁହେଁ ବରଂ ଲୋକ ସମାନତା ଏବଂ ସମାଜବାଦର ଆବଶ୍ୟକତା ରହିଛି ବୋଲି ଲାଲୁ କହିଛନ୍ତି। ସୂଚନା ମୁତାବକ ଜାମିନରୁ ବାହାରକୁ ଆସିବା ପରେ ଲାଲୁ ଏବେ ନିଜ ଝିଅ ତଥା ଏମ୍‌ପି ମିସା ଭାରତୀଙ୍କ ବାସଭବନରେ ରହୁଛନ୍ତି। ଏହାପୂର୍ବରୁ କଂଗ୍ରେସ ମୁଖ୍ୟ ଶରଦ ପାଓ୍ବାର ମଧ୍ୟ ଲାଲୁଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri