ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଆଉ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।

ଗିରଫ ଅଭିଯୁକ୍ତମାନେ ହେଲେ ପାରଳାଖେମୁଣ୍ଡି ଭିକ୍ଟୋରୀ କଲୋନୀର କାଳୀ ପ୍ରସାଦ ପଣ୍ଡିତ (୫୪), ରାଜଦାଣ୍ଡ ସାହିର ଅଶୋକ କୁମାର ମହାରଣା (୩୭) ଏବଂ ବକ୍ସି ସାହିର ସପନ କୁମାର ପାଣିଗ୍ରାହୀ (୫୭)।

ପୋଲିସର ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତମାନେ ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କଠାରୁ ଗୋଷ୍ଠୀ ସଞ୍ଚୟ, ଋଣ କିସ୍ତି ଏବଂ ଅନ୍ୟାନ୍ୟ ଜମା ବାବଦରେ ଟଙ୍କା ସଂଗ୍ରହ କରି ତାହାକୁ ଜାଲିଆତି ମାଧ୍ୟମରେ ଆତ୍ମସାତ୍‌ କରୁଥିଲେ। ପ୍ରାଥମିକ ଆକଳନ ଅନୁଯାୟୀ, ଏହି ମାମଲାରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଛି।

ପୂର୍ବରୁ ଏହି ମାମଲାର ଅନ୍ୟ ଜଣେ ଅଭିଯୁକ୍ତ ସିଦ୍ଧା କୁମାର ଓରଫ ସିଦ୍ଧା ଆରାଧ୍ୟ ଓରଫ ଲକି (୩୦)ଙ୍କୁ ଗିରଫ କରାଯାଇ ଅଗଷ୍ଟ ୩୦ ତାରିଖରେ ପାରଳାଖେମୁଣ୍ଡି SDJM ଅଦାଲତକୁ ପଠାଯାଇଥିଲା। ଶୁକ୍ରବାର ଗିରଫ ହୋଇଥିବା ୩ ଜଣଙ୍କୁ ମଧ୍ୟ ଅଦାଲତକୁ ପଠାଯାଇଛି।

ତେବେ ଏହି ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ଏସ୍. ସ୍ୱାତୀ ବର୍ତ୍ତମାନ ଫେରାର ଅଛନ୍ତି। ତାଙ୍କୁ ଠାବ କରିବା ସହ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି। ଆର୍ଥିକ କାରବାର, ମାମଲାରେ ଅନ୍ୟମାନଙ୍କ ସମ୍ପୃକ୍ତି ଏବଂ ଆତ୍ମସାତ୍ ହୋଇଥିବା ଟଙ୍କା ଓ ମୂଲ୍ୟବାନ ସାମଗ୍ରୀ ଉଦ୍ଧାର ପାଇଁ ଅଧିକ ତଦନ୍ତ ଚାଲିଥିବା ପୋଲିସ ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri