ସମ୍‌ରେ ଖୋଲିବ ମଲ୍ଟି ଡ୍ରଗ୍‌ ରେଜିଷ୍ଟାଣ୍ଟ ଟିବି ସେଣ୍ଟର

ଭୁବନେଶ୍ୱର,୨୬।୩:  ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମ୍‌ ହସ୍ପିଟାଲର ପଲ୍‌ମୋନାରି ମେଡିସିନ ବିଭାଗ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମହାରାଷ୍ଟ୍ରର ଠାଣେସ୍ଥିତ ଜୁପିଟର ହସ୍ପିଟାଲର ପଲ୍‌ମୋନାରି ମେଡିସିନ ବିଭାଗର ମୁଖ୍ୟ ତଥା ମୁମ୍ବାଇର ଜିଟିବି ହସ୍ପିଟାଲ ଡିଆର୍‌ ଟିବି ସେଣ୍ଟରର ନୋଡାଲ ଚେୟାରମ୍ୟାନ୍‌ ଡା. ଆଲ୍‌ପା ଦଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯକ୍ଷ୍ମାରୋଗର କାରଣ, ଚିକିତ୍ସା ଓ ନିରାକରଣ ଆଦି ବିଷୟରେ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ଅପରପକ୍ଷରେ ସମ୍‌ ହସ୍ପିଟାଲର ଡିନ୍‌ ପ୍ରଫେସର ସଂଘମିତ୍ରା ମିଶ୍ର କହିଥିଲେ, ଯକ୍ଷ୍ମାରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ଲକ୍ଷ୍ୟରେ ଖୁବ୍‌ଶୀଘ୍ର ସମ୍‌ ହସ୍ପିଟାଲରେ ଏକ ଅତ୍ୟାଧୁନିକ ମଲ୍ଟି ଡ୍ରଗ୍‌ ରେଜିଷ୍ଟାଣ୍ଟ ଟିବି ସେଣ୍ଟର ଖୋଲିବାକୁ ଯାଉଛି। ଅନ୍ୟମାନଙ୍କ ମଧ୍ୟରେ ସମ୍‌ ହସ୍ପିଟାଲର ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର କହିଥିଲେ, କୋଭିଡ୍‌ ସମୟରେ ହସ୍ପିଟାଲର କ୍ରିଟିକାଲ କେୟାର, ପଲ୍‌ମୋନାରି ମେଡିସିନ ଓ ଇମ୍ୟୁନୋଲୋଜି ବିଭାଗର ଡାକ୍ତର, ନର୍ସ ଓ ପାରାମେଡିକ୍ସମାନଙ୍କ କାର୍ଯ୍ୟ ଓ ଉଚ୍ଚକୋଟୀର ସ୍ବାସ୍ଥ୍ୟସେବା ମନୋଭାବକୁ ସେ ଖୁବ୍‌ ପ୍ରଶଂସା କରିଥିଲେ। ସେହିପରି ସମ୍‌ ହସ୍ପିଟାଲର ପଲ୍‌ମୋନାରି ମେଡିସିନ ବିଭାଗର ମୁଖ୍ୟ ପ୍ରଫେସର ବନାନୀ ଜେନା କହିଥିଲେ, ବର୍ତ୍ତମାନ ସାରା ବିଶ୍ୱ ଯକ୍ଷ୍ମାରୋଗକୁ ନେଇ ଯଥେଷ୍ଟ ସଚେତନ ଅଛି। ଏପରିକି ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ବିଶ୍ୱ ଯକ୍ଷ୍ମା ଦିବସ ପାଳନ କରାଯାଏ ବୋଲି ସେ କହିଥିଲେ। ଯକ୍ଷ୍ମା ଏକ ଜୀବାଣୁଜନିତ ରୋଗ ଏବଂ ଚିକିତ୍ସା ଦ୍ୱାରା ଉକ୍ତ ରୋଗରୁ ସମ୍ପୂର୍ଣ୍ଣ ଆରୋଗ୍ୟ ମିଳିପାରେ ବୋଲି ଜେନା ମତପ୍ରକାଶ କରିଥିଲେ। ଉଲ୍ଲେଖଯୋଗ୍ୟ, ୨୦୧୭ ପରଠାରୁ କେନ୍ଦ୍ର ସରକାର ନ୍ୟାଶନାଲ ଟ୍ୟୁବରକ୍ୟୁଲୋସିସ୍‌ ଇରାଡିକେଶନ ପ୍ରୋଗ୍ରାମ୍‌ ଆରମ୍ଭ କରିଥିବା ବେଳେ ୨୦୨୫ ସୁଦ୍ଧା ଟିବିର ସମ୍ପୂର୍ଣ୍ଣ ମୂଳୋପତ୍ାଟନ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri