ନନ୍ଦନକାନନରେ ବହୁତଳ ପାର୍କିଂ ଉଦ୍‌ଘାଟିତ

ଭୁବନେଶ୍ୱର,(ବ୍ୟୁରୋ)/ବାରଙ୍ଗ, ୨୮ା୫ (ଡି.ଏନ୍‌.ଏ): ନନ୍ଦନକାନନଠାରେ ତିନି ମହଲା ବିଶିଷ୍ଟ ବହୁତଳ କାର୍‌ ପାର୍କିଂ ସୁବିଧାର ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ଏହି ପାର୍କିଂ ସ୍ଥଳରେ ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ଓ ତଳେ ୨୦୦୦ ଦୁଇଚକିଆ ଯାନ ରହିବା ଭଳି ମଧ୍ୟ ସୁବିଧା କରାଯାଇଛି। ନନ୍ଦନକାନନକୁ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଟ୍ରାଫିକ୍‌ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ୩ ମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି ବୋଲି ପ୍ରମୁଖ ଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ କହିଛନ୍ତି। ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିର୍ନିବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି। ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛି। ଏଥିପାଇଁ ଏକ ୨୦ ବର୍ଷିୟା ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବା ସହ ଅତ୍ୟାଧୁନିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବା ନେଇ ସେଦିଗରେ ପଦକ୍ଷେପ ନିଆଯାଇଛି। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଜଙ୍ଗଲ ମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥ, ନନ୍ଦନକାନନ ନିର୍ଦ୍ଦେଶକ ମନୋଜଭି ନାୟାର, ଉପନିର୍ଦ୍ଦେଶକ ସଞ୍ଜିତ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri