Posted inଜାତୀୟ

ସେନା ମୁଖ୍ୟଙ୍କ ଚେତାବନୀ ପରେ ସୀମାରେ ଉଡିଲା ପାକିସ୍ତାନୀ ଡ୍ରୋନ୍: ୪୮ ଘଣ୍ଟାରେ ଦ୍ୱିତୀୟ ଘଟଣା

ନୂଆଦିଲ୍ଲୀ,୧୩।୧: ଦୁଇଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସୀମାରେ ଦେଖା ଦେଇଛି ପାକିସ୍ତାନୀ ଡ୍ରୋନ୍। ମଙ୍ଗଳବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପାକିସ୍ତାନକୁ କଡ଼ା ଭାଷାରେ “ଡ୍ରୋନ୍ ଅନୁପ୍ରବେଶ ବନ୍ଦ କରିବା” ପାଇଁ ଚେତାବନୀ ଦେଇଥିଲେ। ତେବେ ଏହାର କିଛି ଘଣ୍ଟା ପରେ ରାଜୌରୀ ଜିଲ୍ଲାର ନିୟନ୍ତ୍ରଣ ରେଖା (LoC) ନିକଟରେ ଏକାଧିକ ପାକିସ୍ତାନୀ ଡ୍ରୋନ୍ ଉଡ଼ୁଥିବାର ଦେଖାଯାଇଛି।

ରାଜୌରୀର ଦୁଙ୍ଗଲା-ନାବଲା ଏବଂ ଥାଣ୍ଡି କାସି ଅଞ୍ଚଳରେ ଅତିକମରେ ଦୁଇରୁ ତିନୋଟି ଡ୍ରୋନ୍ ଦେଖାଯାଇଥିଲା। ଡ୍ରୋନ୍ ଦେଖିବା ମାତ୍ରେ ସତର୍କ ଭାରତୀୟ ସୈନିକମାନେ ସେଗୁଡ଼ିକୁ ଖସାଇବା ପାଇଁ ଗୁଳି ଚାଳନା କରିଥିଲେ। ସେନାର କଡ଼ା ଆଭିମୁଖ୍ୟ ଦେଖି ଡ୍ରୋନଗୁଡ଼ିକ ପୁଣି ପାକିସ୍ତାନ ସୀମାକୁ ଫେରିଯାଇଥିଲେ।

ଡ୍ରୋନ୍ ସାହାଯ୍ୟରେ କୌଣସି ଅସ୍ତ୍ରଶସ୍ତ୍ର ବା ମାଦକ ଦ୍ରବ୍ୟ ପକାଯାଇଛି କି ନାହିଁ, ତାହା ଯାଞ୍ଚ କରିବା ପାଇଁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ସର୍ଚ୍ଚ ଅପରେସନ ଜାରି ରହିଛି। ଅନ୍ୟପଟେ, କାଠୁଆ ଜିଲାର ବିଲ୍ଲାୱାର ଜଙ୍ଗଲରେ ସୁରକ୍ଷାବଳୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପ୍ରାୟ ୧୫ ମିନିଟ୍ ଧରି ଚାଲିଥିବା ଏହି ସଂଘର୍ଷ ପରେ ସୁରକ୍ଷା ବାହିନୀ ସାରା ଅଞ୍ଚଳକୁ କର୍ଡନ କରି ରଖିଛନ୍ତି। ମଙ୍ଗଳବାର ସକାଳୁ ପୁଣି ଥରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।

ମଙ୍ଗଳବାର ନୂଆଦିଲ୍ଲୀରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜେନେରାଲ ଦ୍ୱିବେଦୀ କହିଥିଲେ ଯେ, ପାକିସ୍ତାନ ସହିତ DGMO ସ୍ତରୀୟ ଆଲୋଚନା ହୋଇଛି ଏବଂ ଭାରତ ସ୍ପଷ୍ଟ କରିଛି ଯେ ସୀମାରେ ଡ୍ରୋନର ଅନୁପ୍ରବେଶକୁ କଦାପି ସହ୍ୟ କରାଯିବ ନାହିଁ। “ଆମେ ପାକିସ୍ତାନକୁ ନିଜ ଡ୍ରୋନ୍ ଉପରେ ଲଗାମ ଲଗାଇବାକୁ କହିଛୁ,” ବୋଲି ସେନା ମୁଖ୍ୟ କହିଥିଲେ।

ପୂର୍ବରୁ ସାମ୍ବା, ରାଜୌରୀ ଓ ପୁଞ୍ଚ ଅଞ୍ଚଳରେ ମଧ୍ୟ ଏକାଧିକ ଡ୍ରୋନ୍ ଦେଖାଯାଇଥିବାରୁ ସୀମାବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri