ଜାବରା ସେତୁ ଉପରେ ଏକାଧିକ ଗାତ

ଜେନାପୁର,୨୦।୯(ଅଶୋକ ଦାସ): ଗ୍ରାମାଞ୍ଚଳରେ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରି ଅଞ୍ଚଳର ବିକାଶ ପ୍ରକ୍ରିୟା ସନ୍ତୁଳନ ରକ୍ଷାକରିବା ପାଇଁ ବିଭିନ୍ନ ନଦୀ ନାଳ ଉପରେ ସେତୁ ନିର୍ମାଣ କରାଯାଇଛି। ଏଥିରେ ରାଜ୍ୟ ସରକାର ଅନେକ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ନିମ୍ନମାନର କାମ ଯୋଗୁ ତାହା ଲୋକମାନଙ୍କ ପାଇଁ ବିପଦସଙ୍କୁଳ ହୋଇପଡିଛି। ଏହାର ଉଦାହରଣ ଜାବରା ସେତୁକୁ ଦେଖିଲେ ସ୍ପଷ୍ଟ ହୋଇଛି।
ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ଜେନାପୁର ଜାବରାଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣ ହୋଇଥିବା ସେତୁରେ ବଡ଼ ବଡ଼ ଗାତ ସୃଷ୍ଟି ହୋଇଛି। ବିଭିନ୍ନ ସ୍ଥାନରେ ସିମେଣ୍ଟ ଛାଡ଼ି ରଡ଼ ଦେଖାଯାଉଛି। ଏହି ସେତୁ ଉପରେ ସ୍ଥାନୀୟ ଅଞ୍ଚଳର ଲୋକମାନେ ନିର୍ଭର କରିଥାଆନ୍ତି। ହେଲେ ଠିକାସଂସ୍ଥାର ମନମାନି, ବିଭାଗୀୟ ଅଧିକାରୀଙ୍କ ଅବହେଳା ପାଇଁ ଏହି ବ୍ୟସ୍ତବହୁଳ ସେତୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ସେତୁର ଜଏଣ୍ଟ ପ୍ଲେଟ ନିକଟରୁ ଢୋଇ ଉଠିଯାଇ ରଡ୍‌ ଦେଖାଯିବା ସହିତ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗାତ ସୃଷ୍ଟି ହୋଇ ବର୍ଷାପାଣି ଜମି ରହୁଛି। ଏହି ପୋଲ ଉପରେ ପ୍ରତିଦିନ ଓଭରଲୋଡିଂ ଗାଡ଼ି ଚଳାଚଳ କରୁଛି। ଏଥିଯୋଗୁ ପୋଲର ଭିତ୍ତିଭୂମି ଦୁର୍ବଳ ହେବା ସହ କେତେକ ସ୍ଥାନ ଦବିଯାଇଥିବା ଦେଖିବାକୁ ମିଳିଛି। ଖାଲି ସେତିକି ନୁହେଁ , ପୋଲର ଦୁଇପାର୍ଶ୍ୱରେ ଦିଆଯାଇଥିବା ସୁରକ୍ଷା ଲୁହାବାଡ଼କୁ କେତେଜଣ ଦୁବୃର୍ତ୍ତ କାଟି ନେଇଥିବା ଦେଖିବାକୁ ମିଳିଛି । ଫଳରେ ଅଧିକାଂଶ ସମୟରେ ଗାଡ଼ି ଚାଳକମାନେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏ ସଂକ୍ରାନ୍ତରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri