Posted inଖେଳ

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ବୁଧବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ପ୍ରଥମ ଦିବସରେ ୫ ନୂଆ ମିଟ୍‌ ରେକର୍ଡ ସୃଷ୍ଟି ହୋଇଛି। ରାଜ୍ୟର ୩୦ ଜିଲାରୁ ୯୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ ଏଥିରେ ଅଂଶଗ୍ରହଣ କରିଛନ୍ତି। ୩ ଦିନ ବିଶିଷ୍ଟ ଏହି ପ୍ରତିଯୋଗିତାରେ ୨୬୮ ମହିଳା ପ୍ରତିଯୋଗୀ ଭାଗ ନେଇଛନ୍ତି। ଏମାନଙ୍କ ମଧ୍ୟରେ ଅଧିକାଂଶ ଓଡ଼ିଶା-ରିଲାଏନ୍ସ ଫାେଉଣ୍ଡଶନ ଆଥଲେଟିକ୍ସ ହାଇ-ପରଫର୍ମାନ୍ସ ସେଣ୍ଟର ଏବଂ କ୍ରୀଡ଼ା ଛାତ୍ରାବାସରେ ଟ୍ରେନିଂ ନେଉଛନ୍ତି। ଓଡ଼ିଶା ପୋଲିସ, ପୋଷ୍ଟାଲ, ବିଏସ୍‌ଏନ୍‌ଏଲ୍‌ ଓ କିଟ୍‌ ବିଶ୍ୱବିଦ୍ୟାଳୟରୁ ଆଥଲେଟ୍‌ମାନେ ମଧ୍ୟ ଏଥିରେ ଅଂଶଗ୍ରହଣ କରିଛନ୍ତି। ପ୍ରଥମ ଦିବସରେ ଆଥଲେଟ୍‌ମାନେ ୪୦ରୁ ଅଧିକ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଇଭେଣ୍ଟରେ ଭାଗ୍ୟ ପରୀକ୍ଷା କରିଛନ୍ତି।

ପ୍ରଥମ ଦିବସରେ ମୟୂରଭଞ୍ଜର ପ୍ରଦୀପ ମହନ୍ତ ୨୦ ବର୍ଷରୁ କମ୍‌ ବାଳକ ୫୦୦୦ ମିଟରରେ ୧୪:୫୬.୯୪ ସେକେଣ୍ଡ ସମୟ ନେଇ ନୂଆ ମିଟ୍‌ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ସେହିପରି କଟକର ନିଖିଲ ଦାସ ୨୩ ବର୍ଷରୁ କମ୍‌ ବାଳକ ହାଇଜମ୍ପରେ ୨.୦୧ ମିଟର, କଟକର ଚିରଞ୍ଜୀବ ସିଂ ୨୩ ବର୍ଷରୁ କମ୍‌ ବାଳକ ଶଟ୍‌ପୁଟ୍‌ରେ ୧୩.୯୧ ମିଟର, କିଟ୍‌ର ପି. ଅର୍ପିତା ଅର୍ଚନା ସାହୁ ୨୦ ବର୍ଷରୁ କମ୍‌ ବାଳିକା ଜାଭେଲିନ୍‌ ଥ୍ରୋରେ ୪୨.୯୮ ମିଟର ଏବଂ ସୁନ୍ଦରଗଡ଼ର ଧନମତି ଖେସ୍‌ ୨୩ ବର୍ଷରୁ କମ୍‌ ବାଳିକା ଜାଭେଲିନ୍‌ ଥ୍ରୋରେ ୪୧.୬୭ ମିଟର ଥ୍ରୋ କରି ନୂଆ ମିଟ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ୨୩ ବର୍ଷରୁ କମ୍‌ ୫୦୦୦ ମିଟର ରେସ୍‌ରେ ଦୀପ୍ତିରାଣୀ ସାହୁ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଆଂଶିକା ରାଉତରାୟ ୨୦ ବର୍ଷରୁ କମ୍‌ ବାଳିକା ଶଟ୍‌ପୁଟ୍‌ରେ ୧୧.୩୦ ମିଟର ଥ୍ରୋ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ବଲାଙ୍ଗୀରର ଶ୍ରଦ୍ଧାଞ୍ଜଳି ମିଶ୍ର ରୌପ୍ୟ ଓ ଜଗତ୍‌ସିଂହପୁରର ଜ୍ୟୋତ୍ସ୍ନା ସାହୁ ବ୍ରୋଞ୍ଜ ପଦକ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri