ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଏଥିରେ ପେଟ୍ରୋଲ ପମ୍ପ୍‌ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଥିଲା। ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଏବେବି ନିଖୋଜ ଅଛନ୍ତି। ଏକାଧିକ ଆହତ ହୋଇଥିବାବେଳେ ଦୁଇଜଣ ଗୁରୁତର ଅବସ୍ଥାରେ ଏବେ ବି କଟକ ଏସ୍‌ସିବିରେ ଚିକିତ୍ସିତ ହେଉଛନ୍ତି। ଘଟଣାର ୩ଦିନ ପରେ ଆଉ ଏକ ନୂଆ ଖବର ମିଳିଛି। ବିସ୍ଫୋରଣରେ ବଡ଼ ବଡ଼ ଲୁହାଖଣ୍ଡ ରାଜଭବନରେ ଥିବା ହରିଣ ପାର୍କରେ ପଡ଼ିଥିଲା। ଏଥିରେ ଏକ ହରିଣର ମୃତ୍ୟୁ ହୋଇଥିବା ସୂଚନା ମିଳିିଛି। ନନ୍ଦନକାନନ ପକ୍ଷରୁ ଉକ୍ତ ପାର୍କର କ୍ଷୟକ୍ଷତିର ଆକଳନବେଳେ ଏହା ଜଣାପଡିଛି।
ମିଳିଥିବା ସୂଚନାନୁଯାୟୀ, ଏକ ବଡ଼ ଲୁହା ପଡିବାରୁ ଏକ ହରିଣର ଶରୀର ଖଣ୍ଡବିଖଣ୍ଡିତ ହୋଇପଡିଥିଲା। ମୃତ ହରିଣର ତିନୋଟି ଗୋଡ଼ ମିଳିଥିବାବେଳେ ଅନ୍ୟ ଏକ ଗୋଡ଼ ଏପର୍ଯ୍ୟନ୍ତ ମିଳି ନ ଥିଲା। ତେବେ ମୁଣ୍ଡ ବି ଅଲଗା ପଡ଼ିଥିଲା। ଏହି ଘଟଣାକୁ ବନ୍ୟପ୍ରାଣୀ ବିଶେଷଜ୍ଞ ଦୁଃଖ ପ୍ରକାଶ କରିବା ସହିତ ଉକ୍ତ ପେଟ୍ରୋଲ ଟାଙ୍କିକୁ ସେଠାରୁ ହଟାଇବା ପାଇଁ ଦାବି କରୁଛନ୍ତି। ସେହି ବିସ୍ଫୋରଣ ଶବ୍ଦରେ ଅନ୍ୟ ହରିଣ ମାନସିକ ଚାପଗ୍ରସ୍ତ ହୋଇଥିବା ବନ୍ୟପ୍ରାଣୀ ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?