ଏକାଧିକ ଟ୍ରେନ୍‌ ସମ୍ପୂର୍ଣ୍ଣ, ଆଂଶିକ ବାତିଲ

ଭୁବନେଶ୍ୱର,୬।୯ (ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ପାଇଁ ପୂର୍ବତଟ ରେଳପଥର ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। କେତେକ ଟ୍ରେନକୁ ବାତିଲ କରାଯାଇଥିବାବେଳେ ଆଉକିଛି ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୭, ୧୧ ଓ ୧୨ ତାରିଖରେ ପଶ୍ଚିମବଙ୍ଗ ସମ୍ପୂର୍ଣ୍ଣ ଲକ୍‌ଡାଉନ ହେଉଥିବାରୁ ଟ୍ରେନ ସେବା ବାଧାପ୍ରାପ୍ତ ହେବ। ୧୧ ଓ ୧୨ରେ ହାଓଡ଼ାରୁ ଛାଡୁଥିବା ହାଓଡ଼ା-ଯଶୋବନ୍ତପୁର ଦୁରନ୍ତୋ ସ୍ପେଶାଲ, ୬, ୧୦ ଓ ୧୧ ତାରିଖରେ ଯଶୋବନ୍ତପୁରରୁ ଛାଡୁଥିବା ଯଶୋବନ୍ତପୁର-ହାଓଡ଼ା ଦୁରନ୍ତୋ ସ୍ପେଶାଲ, ୭ ଓ ୧୧ ତାରିଖରେ ସିଆଲ୍‌ଦାରୁ ଛାଡୁଥିବା ସିଆଲ୍‌ଦା-ଭୁବନେଶ୍ୱର ଦୁରନ୍ତୋ ସ୍ପେଶାଲ ଏବଂ ୮ ଓ ୧୨ ତାରିଖରେ ଭୁବନେଶ୍ୱରରୁ ଛାଡୁଥିବା ଭୁବନେଶ୍ୱର-ସିଆଲଦା ଦୁରନ୍ତୋ ସ୍ପେଶାଲକୁ ଆଲକୁ ବାତିଲ କରାଯିବ। ସେହିଭଳି ଭୁବନେଶ୍ୱର-ହାଓଡ଼ା-ଭୁବନେଶ୍ୱର ଜନଶତାବ୍ଦୀ ସ୍ପେଶାଲକୁ ୭, ୧୧ ଓ ୧୨ ତାରିଖରେ ଉଭୟ ଭୁବନେଶ୍ୱର ଓ ହାଓଡ଼ା ଦିଗରୁ ବାତିଲ କରାଯିବ।

ଆସନ୍ତା ୬, ୧୦ ଓ ୧୧ ତାରିଖରେ ସିକନ୍ଦରାବାଦରୁ ଛାଡୁଥିବା ସିକନ୍ଦରାବାଦ-ହାଓଡ଼ା ଫଲକନୁମା ସ୍ପେଶାଲ ଏକ୍ସପ୍ରେସ ହାଓଡ଼ା ପର୍ଯ୍ୟନ୍ତ ନଯାଇ ଭୁବନେଶ୍ୱରଠାରେ ଯାତ୍ରା ସମାପ୍ତ କରିବ। ହାଓଡ଼ାରୁ ଛାଡୁଥିବା ହାଓଡ଼ା-ସିକନ୍ଦରାବାଦ ଫଲକନୁମା ସ୍ପେଶାଲ ଏକ୍ସପ୍ରେସ୍‌ ୭, ୧୧ ଓ ୧୨ ତାରିଖରେ ହାଓଡ଼ା ପରିବର୍ତ୍ତେ ଭୁବନେଶ୍ୱରରୁ ଛାଡିବ ଏବଂ ଏହି ଦିନ ଏହା ହାଓଡ଼ାଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବାତିଲ ରହିବ। ଭୁବନେଶ୍ୱରରୁ ଛାଡୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେଶାଲ ପୁରୁଷୋତ୍ତମ ଏକ୍ସପ୍ରେସ ଓ ନୂଆଦିଲ୍ଲୀରୁ ଆସୁଥିବା ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ପୁରୁଷୋତ୍ତମ ଏକ୍ସପ୍ରେସ ୬, ୧୦ ଓ ୧୧ ତାରିଖରେ ଉଭୟ ଦିଗରୁ ପୁରୁଲିଆ ଓ ହିଜଲୀଠାରେ ରହଣି କରିବ ନାହିଁ। ଭୁବନେଶ୍ୱରରୁ ଛାଡୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ପେଶାଲ ରାଜଧାନୀ ଏକ୍ସପ୍ରେସ ଭୁବନେଶ୍ୱରରୁ ୭, ୧୧ ଓ ୧୨ ତାରିଖରେ ଏବଂ ନୂଆଦିଲ୍ଲୀରୁ ଆସୁଥିବା ନୂଆଦିଲ୍ଲୀ-ଭୁବନେଶ୍ୱର ସ୍ପେଶାଲ ରାଜଧାନୀ ଏକ୍ସପ୍ରେସ ନୂଆଦିଲ୍ଲୀଠାରୁ ୬, ୧୦ ଓ ୧୧ ତାରିଖରେ ଉଭୟ ଦିଗରୁ ହିଜଲୀଠାରେ ରହଣି କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?