Posted inଜାତୀୟ

ଧରାପଡିଲେ ୨୬/୧୧ ଭଳି ଆକ୍ରମଣ ଧମକ ଦେଇଥିବା ବ୍ୟକ୍ତି , ପାକିସ୍ତାନର ଥିଲା ନମ୍ବର କୋଡ!

ମୁମ୍ବାଇ,୨୧ ।୮: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣିଥରେ ୨୬/୧୧ ଭଳି ଆକ୍ରମଣ ଧମକ ଦେଇଥିବା ବ୍ୟକ୍ତିଙ୍କୁ ମୁମ୍ବାଇ ପୋଲିସ ଧରିବାରେ ସଫଳ ହୋଇଛି । ମୁମ୍ବାଇ ପୋଲିସର ଅଧିକାରୀ ଶନିବାର ଏହି ସୂଚନା ଦେଇଛନ୍ତି । ମୁମ୍ବାଇ ଟ୍ରାଫିକ ପୋଲିସର କଣ୍ଟ୍ରୋଲ ରୁମକୁ ଏହି ବ୍ୟକ୍ତିଙ୍କ ନମ୍ବରରୁ ସେମାନଙ୍କ ହେଲପ ଲାଇନ ନମ୍ବରରେ କିଛି ଧମକପୂର୍ଣ୍ଣ ବାର୍ତ୍ତା ମିଳିଥିଲା । ସେଥିରେ କୁହାଯାଇଥିଲା କି, ମୁମ୍ବାଇରେ ୬ଜଣ ଲୋକ ୨୬/୧୧ ପରି ଆକ୍ରମଣ କରିବେ ଓ ସହରକୁ ଉଡାଇ ଦେବାକୁ ପ୍ରସ୍ତୁତି ଚାଲିଛି ।
ଏହି ମାମଲାରେ ମୁମ୍ବାଇ ନିକଟ ବିରାରରୁ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଥିବା ବେଳେ ଅପରାଧ ଶାଖାର ଏକ ଟିମ ତାଙ୍କୁ ପଚରାଉଚରା କରୁଛନ୍ତି । ପୋଲିସ କମିଶନର ବିଜୟ ଫନସାଲକର ଶନିବାର ଖବରଦାତା ସମ୍ମିଳନୀରେ କହିଛନ୍ତି, ଧମକପୂର୍ଣ୍ଣ ବାର୍ତ୍ତା ମିଳିବା ପରେ ରାଜ୍ୟର ଆତଙ୍କବାଦ ନିରୋଧକ ଦଳ(ଏଟିଏସ) ଓ ସହରର ପୋଲିସଙ୍କୁ ସତର୍କ ରହିବାକୁ କୁହାଯାଇଛି । ଏହାସହ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯିବ ସହ ଉପକୂଳରେ ବି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।
ପୋଲିସ କମିଶନର ବିବେକ ଫନସାଲକର କହିଛନ୍ତି, ଶୁକ୍ରବାର ବିଳମ୍ବିତ ରାତିରେ ଫୋନ ଯୋଗେ ଧମକ ଦିଆଯାଇଥିଲା କି ମୁମ୍ବାଇରେ ୨୬/୧୧ ଭଳି ଆକ୍ରମଣ କରାଯିବ ଓ ସହରକୁ ଉଡାଇ ଦିଆଯିବ । ଏହି ବାର୍ତ୍ତାରେ ୨୬/୧୧ ଆକ୍ରମଣରେ ସାମିଲ ଅଜମଲ କସାବ ଓ ଅଲକାଏଦା ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ମୃତ ଅଲ ଜବାହିରିଙ୍କ ନାମ ନିଆଯାଇଥିଲା । ଏହାବି କୁହାଯାଇଥିଲା କି ଏମାନଙ୍କର କେତେଜଣ ସହଯୋଗୀ ଭାରତରେ କାମ କରୁଛନ୍ତି । ଅନୁମାନ କରାଯାଉଛି କି ଧମକ ଦେଉଥିବା ବ୍ୟକ୍ତି ଯେଉଁ ନମ୍ବରରୁ ଫୋନ କରୁଛନ୍ତି ତା’ର କୋଡ ପାକିସ୍ତାନର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?