Posted inଜାତୀୟ

ମୁମ୍ବାଇ ବିମାନବନ୍ଦରରେ ୬୧ କିଲୋ ସୁନା ଜବତ

ମୁମ୍ବାଇ,୧୩।୧୧:ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମାଶୁଳ୍କ ଅଧିକାରୀମାନେ ୬୧ କିଲୋଗ୍ରାମ ସୁନା ଜବତ କରିଛନ୍ତି, ଯାହାର ମୂଲ୍ୟ ୩୨ କୋଟି ଟଙ୍କା। ବିମାନବନ୍ଦରରେ ଗୋଟିଏ ଦିନରେ ଏହା ସର୍ବାଧିକ ସୁନା ଜବତ ବୋଲି ରବିବାର ଜଣେ ଅଧିକାରୀ କହିଛନ୍ତି। ବେଆଇନ ଭାବେ ସୁନା ଆଣିବା ଅଭିଯୋଗରେ ୨ ମହିଳାଙ୍କ ସମେତ ୭ ଜଣ ଗିରଫ ହୋଇଛନ୍ତି। ଶୁକ୍ରବାର ପ୍ରଥମେ ତାଞ୍ଜାନିଆରୁ ଫେରିଥିବା ୪ ଭାରତୀୟଙ୍କଠାରୁ ୧ କିଲୋଗ୍ରାମ ସୁନା ମିଳିଥିଲା। ଏହାକୁ ସେମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିଥିବା ବେଲ୍ଟରେ ଲୁଚାଇ ରଖିଥିଲେ, ଯେଉଁଥିରେ ଏକାଧିକ ପକେଟ ରହିଥିଲା। ଏହା ବ୍ୟତୀତ ସେମାନେ ଦେହରେ ପିନ୍ଧିଥିବା ଅନ୍ୟ ବେଲ୍ଟଗୁଡ଼ିକରୁ ୫୩ କିଲୋ ଓଜନର ୟୁଏଇ ନିର୍ମିତ ସୁନା ବିସ୍କୁଟ୍‌ ମିଳିଥିଲା। ଦୋହା ବିମାନବନ୍ଦରରେ ସୁଦାନର ଜଣେ ବ୍ୟକ୍ତି ସେମାନଙ୍କୁ ଏହି ସ୍ବତନ୍ତ୍ର ବେଲ୍ଟ ଦେଇଥିଲେ। ୪ ଯାତ୍ରୀଙ୍କୁ ଗିରଫ କରାଯିବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଦୁବାଇରୁ ଆସିଥିବା ୩ ଯାତ୍ରୀଙ୍କଠାରୁ ସୀମାଶୁଳ୍କ ଅଧିକାରୀ ୮ କିଲୋ ସୁନା ଜବତ କରିଛନ୍ତି। ସୁନାଗୁଣ୍ଡକୁ ମହମ ଆକୃତିର କରି ସେମାନେ ପିନ୍ଧିଥିବା ଜିନ୍ସ ଅଣ୍ଟାଘେରରେ ଲୁଚାଇ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri