Posted inଜାତୀୟ

୨୩ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ଜଣାଶୁଣା ବିଲଡର୍‌

ମୁମ୍ବାଇ,୨୦।୧୦: ଜଣାଶୁଣା ରିଏଲ ଇଷ୍ଟେଟ ଡେଭଲପର୍‌ ପାରସ ପୋରୱାଲ ଗୁରୁବାର ମୁମ୍ବାଇର ଏକ କୋଠାର ୨୩ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ପରେ ପୋଲିସ ୫୭ ବର୍ଷିୟ ପାରସଙ୍କ ଜିମରୁ ଏକ ‘ଆତ୍ମହତ୍ୟା ନୋଟ’ ଜବତ କରିଛି। ଏଥିରେ ତାଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହଁନ୍ତି ଏବଂ କାହାକୁ ପଚରାଉଚରା କରାଯିବା ଉଚିତ ନୁହେଁ ବୋଲି ଲେଖାଯାଇଥିବା ପୋଲିସ ଅଧିକାରୀ କହିଛନ୍ତି।
ଚିଞ୍ଚପୋକଲି ରେଳ ଷ୍ଟେସନ ନିକଟ ଶାନ୍ତି କମଲ ହାଉସିଂ ସୋସାଇଟିରେ ଥିବା ଜିମରେ ସକାଳ ପ୍ରାୟ ୬ଟା ସମୟରେ ପୋରୱାଲ ଡେଇଁପଡିଥିଲେ। ଜଣେ ବ୍ୟକ୍ତି ସୂଚନା ଦେବା ପରେ ଚିଞ୍ଚପୋକଲି ପୋଲିସ ଷ୍ଟେସନର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ପାରୱାଲଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ସରକାରୀ ଡାକ୍ତରଖାନାକୁ ନିଆଯାଇଛି। ଅଧିକାରୀ କହିଛନ୍ତି ଯେ ପୋରୱାଲ କାହିଁକି ଏହି ପଦକ୍ଷେପ ନେଇଛନ୍ତି ତାହା ଜାଣିବା ପାଇଁ ଅନୁସନ୍ଧାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri