Posted inଜାତୀୟ

ମୁମ୍ବାଇ ବିଲ୍ଡିଂରେ ନିଆଁ: ୭ ମୃତ, ୬୦ ଆହତ

ମୁମ୍ବାଇ,୭ା୧୦: ମୁମ୍ବାଇର ଗୋରେଗାଁଓ ଅଞ୍ଚଳରେ ଥିବା ଏକ ଆବାସିକ ଅଟ୍ଟାଳିକାରେ ଶୁକ୍ରବାର ଭୋର ସମୟରେ ନିଆଁଲାଗି ୨ ଶିଶୁଙ୍କ ସମେତ ୭ ଜଣ ପ୍ରାଣ ହରାଇଥିବାବେଳେ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଉକ୍ତ ନଭଶ୍ଚୁମ୍ବୀ ଅଟ୍ଟାଳିକାରେ ଅଗ୍ନି ନିର୍ବାପନ ବ୍ୟବସ୍ଥା ନ ଥିଲା ବୋଲି ମୁମ୍ବାଇର ଫାୟାର ବ୍ରିଗେଡ୍‌ ମୁଖ୍ୟ କହିଛନ୍ତି। ୭ ମହଲା ବିଶିଷ୍ଟ ବିଲ୍ଡିଂରୁ ୩୦ ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତକମାନଙ୍କ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶୋକବ୍ୟକ୍ତ କରିବା ସହ ସେମାନଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଆହତମାନଙ୍କୁ ସରକାରୀ ଖର୍ଚ୍ଚରେ ଚିକିତ୍ସା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗୋରେଗାଁଓ ଓ୍ବେଷ୍ଟ୍‌ର ଉନ୍ନତ ନଗରଠାରେ ଥବା ‘ଜୟ ଭବାନୀ ଏସ୍‌ଆର୍‌ଏ ବିଲ୍ଡିଂ’ରେ ରାତି ୩ଟାରେ ନିଆଁ ଲାଗିଥିଲା। ନିଆଁରେ ପୋଡ଼ିହୋଇ ଆହତ ୬୮ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri