Posted inଖେଳ

ମୁମ୍ବାଇ- ଚେନ୍ନାଇ ମହାମୁକାବିଲା

ନୂଆଦିଲ୍ଲୀ,୧।୫: ଚଳିତ ଆଇପିଏଲ୍‌ରେ ଶନିବାର ଦେଖିବାକୁ ମିଳିବ ଏଲ୍‌ କ୍ଲାସିକୋ (ମହାମୁକାବିଲା)। ଗୋଟିଏ ପଟେ ୩ ଥର ଚାମ୍ପିୟନ ସିଏସ୍‌କେ ଥିବା ବେଳେ ଅନ୍ୟପଟେ ରହିଛି ଡିଫେଣ୍ଡିଂ ତଥା ଗତ ୨ଥରର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ। ମ୍ୟାଚଟି ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯିବା। ଏହା ଆଇପିଏଲ-୧୪ର ପ୍ରଥମ ମହାମୁକାବିଲା। ଦୁଇ ଦଳ ମଧ୍ୟରେ ଏପର୍ଯ୍ୟନ୍ତ ୨୯ଟି ମ୍ୟାଚ ଖେଳାଯାଇଛି। ମୁମ୍ବାଇ ଭାଗରେ ୧୭ଟି ବିଜୟ ଥିବା ବେଳେ ୧୨ଥର ବାଜିମାତ୍‌ କରିଛି ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ। ଗତ ବର୍ଷ ଦୁହେଁ ପରସ୍ପର ବିପକ୍ଷରେ ଗୋଟିଏ ଲେଖାଏଁ ମ୍ୟାଚ ଜିତିଥିଲେ।

ଏଥର ସିଏସ୍‌କେ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି। ଦଳ ତା’ର ୬ଟି ମ୍ୟାଚରୁ ୫ଟି ଜିତିଛି। ଦଳର ପ୍ରାୟ ଖେଳାଳି ଫର୍ମରେ ଅଛନ୍ତି। ଅବଶ୍ୟ ଧୋନୀଙ୍କ ବ୍ୟାଟ ଚାଲିନାହିଁ। କିନ୍ତୁ ତାହା ଚିନ୍ତାର କାରଣ ନୁହେଁ। ସେପଟେ ଏବେ ବି ସଂଘର୍ଷ କରୁଛି ରୋହିତ ଶର୍ମାଙ୍କ ମୁମ୍ବାଇ। ଏପର୍ଯ୍ୟନ୍ତ ୬ଟି ମ୍ୟାଚରୁ ୩ଟି ଜିତିବାକୁ ସକ୍ଷମ ହୋଇଛି। ଏଭଳି ସ୍ଥିତିରେ ଦିଲ୍ଲୀର ଫ୍ଲାଟ ପିଚ୍‌ ଯାହା ବ୍ୟାଟ୍ସମ୍ୟାନଙ୍କୁ ସୁହାଇବ। ଫଳରେ ମହାମୁକାବିଲା ଜୋରଦାର ହେବ ବୋଲି ଆଶା କରାଯିବା ସ୍ବାଭାବିକ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri