Posted inଖେଳ

ଆଜି ମୁମ୍ବାଇ-ଚେନ୍ନାଇ ସଂଘର୍ଷ

ଚେନ୍ନାଇ,୬।୫: ଆଇପିଏଲ୍‌ ୨୦୨୩ର ୧୬ତମ ସିଜନରେ ଶନିବାର ଡବଲ ହେଡର୍‌ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ସହିତ ମୁକାବିଲା ହେବ। ପ୍ଲେ ଅଫ ଦୌଡ଼କୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଚେନ୍ନାଇକୁ ଏକ ବଡ଼ ଆଶ୍ୱସ୍ତ ମିଳିଛି। ସିଏସ୍‌କେର ତାରକା ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ଷ୍ଟୋକ୍ସ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳିପାରନ୍ତି ବୋଲି ଅନୁମାନ କରାଯାଇଛି।

ଚେନ୍ନାଇ ସୁପର କିଙ୍ଗ୍ସ ଏହି ସିଜନ୍‌ରେ ବେନ୍‌ ଷ୍ଟୋକ୍ସଙ୍କୁ ୧୭ କୋଟି ଟଙ୍କାରେ କ୍ରୟ କରିଥିଲା। ହେଲେ ସେ ଆଇପିଏଲ୍‌ର ପ୍ରାରମ୍ଭିକ ମ୍ୟାଚରେ ଭାଗ ନେଇଥିଲେ। କିନ୍ତୁ ସେ କେବଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିଥିଲେ। ପରେ ଷ୍ଟୋକ୍ସଙ୍କ ଆହତ ସମସ୍ୟା ବଢ଼ି ଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ଟିମ୍‌ରୁ ବାହାରକୁ ଯିବାକୁ ପଡ଼ିଥିଲା।

ସିଏସ୍‌କେ ପକ୍ଷରୁ ଏକ ବିବୃତିରେ କୁହାଯାଇଛି ଯେ, ଷ୍ଟୋକ୍ସ ବର୍ତ୍ତମାନ ସମ୍ପୂର୍ଣ୍ଣ ଫିଟ୍‌ ଅଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ମ୍ୟାଚ ଖେଳିବା ପାଇଁ ଷ୍ଟୋକ୍ସ ଉପଲବ୍ଧ ହୋଇପାରନ୍ତି। ହେଲେ ୧୧ ଜଣିଆ ଦଳରେ ଷ୍ଟୋକ୍ସଙ୍କ ସ୍ଥାନ ସମ୍ପୂର୍ଣ୍ଣ ସ୍ଥିର ହୋଇନାହିଁ। ଏପରି କି ଷ୍ଟୋକ୍ସ ବୋଲିଂ ପାଇଁ ଫିଟ୍‌ ଅଛନ୍ତି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। କେବଳ ଏତିକି ନୁହେଁ, ଫିଟ୍‌ ହେବା ସତ୍ତ୍ୱେ ଷ୍ଟୋକ୍ସଙ୍କ ପାଇଁ ଦଳରେ ଖେଳିବା ଏତେ ସହଜ ନୁହେଁ। ଅଧିନାୟକ ଧୋନି କୌଣସି ପରିସ୍ଥିତିରେ ମୋଇନ ଅଲ୍ଲୀଙ୍କୁ ଦଳରେ ରଖିବାକୁ ଚାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?