Posted inଖେଳ

୭ ମ୍ୟାଚ୍‌ରେ ୭ ଶତକ ମାରିଥିବା ମୁମ୍ବାଇ କ୍ରିକେଟର୍‌ଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ, ୧୭।୯: ମୁମ୍ବାଇର ପୂର୍ବତନ କ୍ରିକେଟର୍‌ ସଚିନ ଦେଶମୁଖଙ୍କ କରୋନା ଭାଇରସ୍‌ରେ ବିୟୋଗ ଘଟିଛି। ମଙ୍ଗଳବାର ରାତିରେ ଥାନେସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାନରେ ସଚିନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସଚିନଙ୍କ ବନ୍ଧୁଙ୍କ କହିବାନୁଯାୟୀ, ‘ସେ ବହୁତ ଦିନ ଧରି ଜ୍ୱରରେ ପୀଡ଼ିତ ଥିଲେ ମଧ୍ୟ ହସ୍ପିଟାଲ ଯିବାକୁ ମନା କରୁଥିଲେ। କିନ୍ତୁ ଶେଷରେ ସଚିନ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।’
ସମୟରେ ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ ଥିବା ସଚିନ ଦେଶମୁଖ ଉଭୟ ମୁମ୍ବାଇ ଓ ମହାରାଷ୍ଟ୍ର ରଣ୍‌ଜୀ ଦଳରେ ସ୍ଥାନ ପାଇଥିଲେ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ଖେଳିବାର ସୁଯୋଗ ପାଇ ନ ଥିଲେ। ସେ ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫିରେ ୫ଟି ଇନିଂସରେ ୩ଟି (୧୮୩, ୧୩୦ ଓ ୧୧୦) ଶତକ ହାସଲ କରିଥିଲେ। ସେହିଭଳି ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଟୁର୍ନାମେଣ୍ଟର ଲଗାତର ୭ ମ୍ୟାଚ୍‌ରେ ସେ ୭ ଶତକ ହାସଲ କରିଥିଲେ। ସଚିନ ଏହି ଟୁର୍ନାମେଣ୍ଟରେ ପୁନେ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିଲେ। ଜଣେ ଖେଳାଳି ଭାବେ ଖ୍ୟାତି ଅର୍ଜନ କରିଥିବା ସଚିନ ମୁମ୍ବାଇ ଏକ୍ସାଇଜ ଆଣ୍ଡ୍‌ କଷ୍ଟମ ବିଭାଗର ସୁପରିଟେଣ୍ଡେଣ୍ଟ ଭାବେ ମଧ୍ୟ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri