Posted inଜାତୀୟ

ଗୁଜରାଟ ଡ୍ରଗ୍ସ ଜବତ ଘଟଣାରୁ ଧ୍ୟାନ ହଟାଇବାକୁ ପ୍ରୟାସ କରୁଛି ଭାଜପା

ପାଣଜୀ, ୪ା୧୦: ଗୁଜରାଟର ମୁନ୍ଦ୍ରା ପୋର୍ଟରୁ ଗତ ମାସରେ ପ୍ରାୟ ୩ ହଜାର କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଏହି ଘଟଣା ଉପରୁ ଧ୍ୟାନ ହଟାଇବା ପାଇଁ ଏନ୍‌ସିବି ମୁମ୍ବାଇରୁ ଗୋଆ ଯାଉଥିବା ଏକ କ୍ରୁଜ୍‌ ଶିପ୍‌ରେ ଚଢ଼ାଉ କରିଛି। ଏଭଳି ଅଭିଯୋଗ ଆଣିଛି କଂଗ୍ରେସ।

ଅଦାନୀ ଗ୍ରୁପ୍‌ ପରିଚାଳିତ ଗୁଜରାଟର କୁଚ୍ଚ ଜିଲା ମୁନ୍ଦ୍ରା ବନ୍ଦରରୁ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ(ଡିଆର୍‌ଆଇ) ଗତ ମାସରେ ୨,୯୮୮.୨୧ କିଲୋଗ୍ରାମର ହେରୋଇନ୍‌ ଜବତ କରିଥିଲା। ଏହାର ମୂଲ୍ୟ ପ୍ରାୟ ୨୧ ହଜାର କୋଟି ଟଙ୍କା ହେବ। ଏହି ଘଟଣା ଉପରୁ ଲୋକଙ୍କ ଦୃଷ୍ଟିରୁ ହଟାଇବାକୁ ଏପରି କରାଯାଇଥିବା କଂଗ୍ରେସ ମୁଖପାତ୍ର ଶାମା ମହମ୍ମଦ କହିଛନ୍ତି। ତେବେ ଏତେ ପରିମାଣର ଡ୍ରଗ୍ସ କେଉଁଠୁ ଆସିଲା। କାହିଁକି ଏହାର ତଦନ୍ତ ହେଉନାହିଁ ଏବଂ କେଉଁ କାରଣରୁ ଏଭଳି ସଙ୍ଗିନ ଘଟଣାକୁ ଅଣଦେଖା କରାଯାଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ମୁନ୍ଦ୍ରା ବନ୍ଦର ଦେଇ ଡ୍ରଗ୍ସ କାର୍ଟେଲ ଚାଲିଛି। ଆଫଗାନିସ୍ତାନରୁ ଭାରତକୁ ଡ୍ରଗ୍ସ ଚୋରାଚାଲାଣ ହେଉଛି। ଗୁଜରାଟ ଡ୍ରଗ୍ସ ଚୋରା କାରବାରର ହବ୍‌ ପାଲଟିଛି। ଏହି ବାସ୍ତବ ଘଟଣାକୁ ଦୃଷ୍ଟି ଆଢ଼ୁଆଳରେ ରଖିବାକୁ ଏନ୍‌ସିବି ଦ୍ୱାରା ହଠାତ୍‌ ଏପରି ଚଢ଼ାଉ କରାଯାଇଥିବା ଶାମା ଅଭିଯୋଗ ଉଠାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ରାଜ୍ୟରେ ଏହା ଘଟୁଥବାବେଳେ ସେମାନେ କାହିଁକି ଏ ପ୍ରସଙ୍ଗରେ ଚୁପ୍‌ ଅଛନ୍ତି ବୋଲି ସେ କହିଛନ୍ତି। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ କରାଯାଉ ବୋଲି କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri