Posted inଜାତୀୟ

ମୁମ୍ବାଇରେ ଭୁଶୁଡ଼ିଲା କୋଠାଘର

ମୁମ୍ବାଇ,୧୯।୮: ମୁମ୍ବାଇରେ ଶୁକ୍ରବାର ୪ମହଲା ବିଶିଷ୍ଟ ଏକ କୋଠାଘର ଭୁଶୁୁଡ଼ିପଡ଼ିଛି। ମହାନଗରର ବୋରିଭାଲି ପଶ୍ଚିମର ସାଇବାବା ନାଗରରେ ଥିବା ଏକ ୪ମହଲା କୋଠାଘର ଗୀତାଞ୍ଜଳି ଆପାର୍ଟମେଣ୍ଟ ଭୁଶୁଡ଼ିିପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇଯାଇଥିବା କୁହାଯାଉଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ କେତେ ଲୋକ ଆହତ ହୋଇଛନ୍ତି ତାହା ସ୍ପଷ୍ଟ ହୋଇପାରିନାହିଁ। ଅନ୍ୟପକ୍ଷେ ଖବର ପାଇ ଘଟଣାସ୍ଥଳରେ ୮ ଅଗ୍ନିଶମ ଗାଡ଼ି, ୨ଟି ଉଦ୍ଧାର ଭ୍ୟାନ, ୩ଟି ଆମ୍ବୁଲାନ୍ସ ଏବଂ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବହୁ ବରିଷ୍ଠ ପୋଲିସ କର୍ମଚାରୀ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସୂଚନା ମୁତାବକ, ଏହି କୋଠାଘରଟି ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିବାରୁ ଏହାକୁ ଖାଲି କରାଯାଇଥିଲା। ଏହା ସତ୍ତ୍ୱେ କେହି ଭଗ୍ନାବଶେଷ ତଳେ ଚାପି ହୋଇଯାଇଛନ୍ତି କି, ସେନେଇ ଅଗ୍ନିଶମ କର୍ମଚାରୀ ଯାଞ୍ଚ କରୁଛନ୍ତି ବୋଲି ସ୍ଥାନୀୟ ପୋଲିସ ସୂଚନା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri