Posted inଜାତୀୟ

ବମ୍ବେ ହାଇକୋର୍ଟ ରାୟ ସ୍ଥଗିତ

ନୂଆଦିଲ୍ଲୀ,୨୮।୧(ପି.ଟି.): ପୋକ୍ସୋ (ଯୌନ ଅପରାଧରୁ ଶିଶୁଙ୍କ ସୁରକ୍ଷା) ଆଇନ ଅନୁଯାୟୀ ଚର୍ମକୁ ସ୍ପର୍ଶ ନ କରି ନାବାଳିକାଙ୍କ ବକ୍ଷସ୍ଥଳ ଛୁଇଁବା ଯୌନ ଅପରାଧ ନୁହେଁ ବୋଲି ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ କହିବା ସହ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେଇଥିଲେ। ଏଭଳି ରାୟକୁ ନେଇ ବିଭିନ୍ନ ମହଲରେ ସମାଲୋଚନା ହୋଇଥିଲା। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟନ୍‌ଙ୍କ ଖଣ୍ଡପୀଠରେ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଏହା ଉପସ୍ଥାପନ କଲା ପରେ ସୁପ୍ରିମକୋର୍ଟ ବୁଧବାର ଏହା ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ସର୍ବୋଚ୍ଚ ଅଦାଲତ ମହାରାଷ୍ଟ୍ର ସରକାରଙ୍କୁ ନୋଟିସ

ଜାରି କରିବା ସହ ନାଗପୁର ବେଞ୍ଚଙ୍କ ଜାନୁୟାରୀ ୧୯ ତାରିଖ ରାୟ ବିରୋଧରେ ଅପିଲ୍‌ କରିବା ପାଇଁ ଆଟର୍ନି ଜେନେରାଲଙ୍କୁ ଅନୁମତି ଦେଇଛନ୍ତି। ମାମଲା ଅନୁଯାୟୀ ୨୦୨୦ ଫେବୃୟାରୀରେ ନାଗପୁରର ଜଣେ ୩୯ ବର୍ଷୀୟ ବ୍ୟକ୍ତି ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ତଳକୋର୍ଟ ମାମଲାର ବିଚାର କରି ପୋକ୍ସୋ ଆଇନର ଧାରା ୮ ଏବଂ ଆଇପିସିର ଧାରା ୩୫୪ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ଅଭିଯୁକ୍ତ ଉକ୍ତ ରାୟ ବିରୋଧରେ ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ରେ ଆବେଦନ କରିଥିଲେ। ଅଭିଯକ୍ତ ପୀଡ଼ିତାଙ୍କ ସାଲଓ୍ବାର ଖୋଲିବାରେ ବିଫଳ ହୋଇ ଉପରୁ ସ୍ତନକୁ ସ୍ପର୍ଶ କରିଥିଲେ। ଏହା ପ୍ରତ୍ୟକ୍ଷ ଶାରୀରିକ ସ୍ପର୍ଶ ନୁହେଁ ଦର୍ଶାଇ ନାଗପୁର ବେଞ୍ଚ୍‌ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେଇଥିଲେ। ପୋକ୍ସୋ ଆଇନରେ କଠୋର ଦଣ୍ଡ ଦେବା ପାଇଁ ପକ୍କା ପ୍ରମାଣ ଓ ଗୁରୁତର ଅଭିଯୋଗ ଆବଶ୍ୟକ ବୋଲି ନାଗପୁର ବେଞ୍ଚ୍‌ ବିଚାରପତି ପୁଷ୍ପା ଗଣେଦିଓ୍ବାଲା କହିଥିଲେ। ତେବେ ଅଭିଯୁକ୍ତ ଜଣେ ମହିଳାଙ୍କ ପବିତ୍ରତା ନଷ୍ଟ କରିଥିବାରୁ ଆଇପିସିର ଧାରା ୩୫୪ ଅନୁଯାୟୀ ଦୋଷୀସାବ୍ୟସ୍ତ କରି ୧ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri