Posted inଖେଳ

ପ୍ଲେ-ଅଫ୍‌ରେ ମୁମ୍ବାଇ

ମୁମ୍ବାଇ,୧୫ା୩: ଓମେନ୍ସ ପ୍ରିମିୟର ଲିଗ୍‌ରେ କ୍ରମାଗତ ୫ମ ବିଜୟ ସହ ପ୍ଲେ-ଅଫ୍‌ରେ ପ୍ରବେଶ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ବ୍ରାବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସକୁ ୫୫ ରନରେ ପରାସ୍ତ କରିଛି ଦଳ। ହରମନ୍‌ପ୍ରୀତ କୌରଙ୍କ ୫୧ ରନ୍‌ ବଳରେ ମୁମ୍ବାଇ ୮ ଉଇକେଟରେ ୧୬୨ ରନ୍‌ ସଂଗ୍ରହ କରିଥିବା ବେଳେ ଗୁଜରାଟ ୧୦୭/୯ରେ ସୀମିତ ରହିଥିଲା। ମୁମ୍ବାଇ ପକ୍ଷରୁ ୟାସ୍ତିକା ଭାଟିଆ ୪୪ ଓ ନାତାଲି ସ୍କିଭର ବ୍ରଣ୍ଟ ୩୬ରନ୍‌ କରିଥିଲେ। ଗୁଜରାଟ ପାଇଁ ଆଶ୍‌ଲେ ଗାର୍ଡନର ୩ ଉଇକେଟ ନେଇଥିଲେ। ୧୬୩ ରନ୍‌ ଜବାବରେ ଗୁଜରାଟ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ହରଲିନ୍‌ ଦେଓଲ ୨୨ ଓ ସ୍ନେହ ରାଣା ୨୦ ରନ୍‌ କରିଥିବା ବେଳେ ନାତାଲି ସ୍କିଭର ବ୍ରଣ୍ଟ ଓ ହିଲି ମାଥ୍ୟୁସ ୩ଟି ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୧୬୨/୮ (ହରମନ୍‌ପ୍ରୀତ୍‌ କୌର-୫୧, ୟାସ୍ତିକା ଭାଟିଆ-୪୪, ନାତାଲି ସ୍କିଭର ବ୍ରଣ୍ଟ-୩୬, ଆସ୍‌ଲେ ଗାର୍ଡନର-୩/୩୪, ସ୍ନେହ ରାଣା-୧/୧୭, କିମ୍‌ ଗାର୍ଥ-୧/୩୧)। ଗୁଜରାଟ ଜାଏଣ୍ଟ୍ସ ୨୦ ଓଭରରେ ୧୦୭/୯ (ହରଲିନ୍‌ ଦେଓଲ-୨୨, ସ୍ନେହ ରାଣା-୨୦, ନାତାଲି ସ୍କିଭର ବ୍ରଣ୍ଟ-୩/୨୧, ହିଲି ମାଥ୍ୟୁସ୍‌-୩/୨୩, ଆମେଲିଆ କେର୍‌-୨/୧୮)।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri