Posted inଖେଳ

ନେଟ୍‌ ରନରେଟ୍‌ ଛାଡ଼ି ସବୁ ଜିତିଲା ମୁମ୍ବାଇ

ଆବୁଧାବି,୮।୧୦: ଟସ୍‌ ଠାରୁ ଆରମ୍ଭ କରି ମ୍ୟାଚ୍‌ର ଫଳାଫଳ ପର୍ଯ୍ୟନ୍ତ ସବୁ କିଛି ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ତଥାପି ଆବଶ୍ୟକ ନେଟ୍‌ ରନରେଟ୍‌କୁ ହାସଲ କରି ପାରି ନାହିଁ ରୋହିତ ଶର୍ମାଙ୍କ ଦଳ। ମୁମ୍ବାଇ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ୪୨ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ହରାଇ ଦେଇଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ପ୍ଲେ-ଅପ୍‌ ଲାଇନ୍‌ ଉପରେ କୌଣସି ପ୍ରଭାବ ପକାଇପାରି ନାହିଁ।

ପ୍ରଥମେ ଦଳର ଆବଶ୍ୟକତା ଅନୁଯାୟୀ, ଟସ୍‌ ଜିତି ବ୍ୟାଟିଂ କରିଥିଲା ମୁମ୍ବାଇ। ଆରମ୍ଭରୁ ଇଶାନ କିଷନ ଓ ପରେ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ଦଳର ଆବଶ୍ୟକତା ପୂରଣ ହୋଇଥିଲା। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ରୋହିତ ଶର୍ମାଙ୍କ ଦଳ ୨୦ ଓଭରରେ ୨୩୫ ରନ୍‌ କରି ଦେଇଛି। ଫଳରେ ହାଇଦ୍ରାବାଦ୍‌ ଆଗରେ ଛିଡ଼ା ହୋଇଥିଲା ୨୩୬ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ।

ମାତ୍ର ବୋଲରମାନେ ପ୍ରତିପକ୍ଷ ହାଇଦ୍ରାବାଦ୍‌କୁ ୬୫ ରନ୍‌ ମଧ୍ୟରେ ଅଲଆଉଟ୍‌ କରିପାରି ନ ଥିଲେ। ଅଧିନାୟକ ମନୀଷ ପାଣ୍ଡେଙ୍କ ୬୯ ରନ୍‌ (୭ ଚୌକା ଓ ୨ ଛକା)ର ପାଳି ବଳରେ ହାଇଦ୍ରାବାଦ୍‌ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୯୩ ରନ୍‌ କରିଥିଲା। ଦଳ ପାଇଁ ଜାସନ ରୟ ୩୪ (୬ ଚୌକା) ଓ ଅଭିଷେକ ଶର୍ମା ୩୩ ( ୪ ଚୌକା ଓ ୧ ଛକା) ରନ୍‌ କରିଥିଲେ। ମୁମ୍ବାଇ ପକ୍ଷରୁ ଜେମ୍ସ ନିଶାମ, ନାଥନ କୁଲ୍ଟର ନାଇଲ ଓ ଯଶପ୍ରୀତ ବୁମରା ନେଇଥିଲେ ୨ ଲେଖାଏ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri