Posted inଖେଳ

ଟ୍ରେଣ୍ଟ ବୋଲ୍ଟଙ୍କ ଲାଗି ଟଙ୍କା ବର୍ଷା କଲା ମୁମ୍ବାଇ: ସାମୀ, ନଟରାଜନ, ଜୋଫ୍ରା ଅର୍ଚ୍ଚରଙ୍କୁ କିଣିଲେ ଏହି ଟିମ୍

ଜେଦାହ,୨୪ା୧୧: ରବିବାର ସାଉଦି ଆରବର ଜେଦାହରେ ଅନୁଷ୍ଠିତ ମେଗା ଅକ୍ସନରେ ବିଦେଶୀ ଖେଳାଳିଙ୍କ ଚାହିଦାକୁ ଫିକା କରି ଦେଇଛନ୍ତି ଭାରତୀୟ ଖେଳାଳି। ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଆଇପିଏଲ୍‌ ଇତିହାସର ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ ରିଷଭ ପନ୍ତଙ୍କୁ କ୍ରୟ କରିଛି।

ବୋଲରମାନଙ୍କ କଥା ଦେଖିଲେ ଅର୍ଶଦୀପ ସିଂ ଓ ୟୁଜବେନ୍ଦ୍ର ଚହଲଙ୍କୁ ୧୮ କୋଟି ଟଙ୍କା ମୂଲ୍ୟରେ ପଞ୍ଜାବ କିଙ୍ଗ୍ସ କରେ କରିଛି। ମହମ୍ମଦ ସିରାଜ ୧୨.୨୫ କୋଟି ଟଙ୍କାରେ ଗୁଜରାଟ ଜାଏଣ୍ଟ୍ସକୁ ଏବଂ ମହମ୍ମଦ ଶାମି ୧୦ କୋଟି ଟଙ୍କାରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ଯାଇଛନ୍ତି।

ବିଦେଶୀ ବୋଲରଙ୍କ ମଧ୍ୟରେ ମିଚେଲ ଷ୍ଟାର୍କ ୧୧.୭୫ କୋଟି ଟଙ୍କାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ କାଗିସୋ ରାବାଡା ୧୦.୭୫ କୋଟି ଟଙ୍କାରେ ଗୁଜରାଟ ଟାଇଟନ୍ସରେ ସାମିଲ ହୋଇଥିଲେ। ସେହିଭଳି ନ୍ୟୁଜିଲାଣ୍ଡ ଦ୍ରୁତ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ ୧୨.୫୦ କୋଟି ଟଙ୍କାରେ କିଣିଛି। ସନରାଇଜର ହାଇଦ୍ରାବାଦ ଭାରତୀୟ ସ୍ପିନର ରାହୁଲ ଚହରଙ୍କୁ ୩.୨୦ କୋଟି ଏବଂ ଆଡାମ ଜାମ୍ପାଙ୍କୁ ୨.୪୦ କୋଟି ଟଙ୍କାରେ କିଣିଛି।

ସେହିପରି ଚେନ୍ନାଇ ସୁପର କିଙ୍ଗ୍ସ ଆଫଗାନିସ୍ଥାନ ସ୍ପିନର ନୁର ଅହମ୍ମଦଙ୍କୁ ୧୦ କୋଟି ଟଙ୍କା ଦେଇ କରେ କରିଛି। ଅନ୍ୟତମ ଭାରତୀୟ ଦ୍ରୁତ ବୋଲର ନଟରାଜନଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ୧୦.୭୫ କୋଟି ଟଙ୍କାରେ କିଣିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri