Posted inଖେଳ

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି ପରାଜୟ ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ ଦଳର ସମସ୍ତ ଖେଳାଳିଙ୍କ ଉପରେ ଭାରି ଜରିମାନା ଲଗାଇଛି। ଅଧିନାୟକ ହାର୍ଦ୍ଦିକଙ୍କ ଗୋଟିଏ ଭୁଲ ଯୋଗୁ ଏହି ଜରିମାନା ଲାଗୁ କରାଯାଇଛି।

ବାସ୍ତବରେ, ସ୍ଲୋ ଓଭର ରେଟ୍‌ ଯୋଗୁ ମୁମ୍ବାଇ ଇଣ୍ଡିଆନ୍ସ ଉପରେ ଜରିମାନା ଲଗାଯାଇଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଦଳ ୨୦ ଓଭର ଠିକ୍‌ ସମୟରେ ପୂରଣ କରିପାରି ନ ଥିଲା। ଏହି ସିଜିନ୍‌ରେ ଏହା ଦ୍ୱିତୀୟ ଥର ପାଇଁ ଘଟିଛି। ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ୨୪ ଲକ୍ଷ ଟଙ୍କା ଜରିମାନା କରାଯାଇଛି।

ବିସିସିଆଇ ଏକ ବିବୃତ୍ତିରେ କହିଛି ଯେ ଆଇପିଏଲ ଆଚରଣ ବିଧି ଅନୁଯାୟୀ ଏହା ତାଙ୍କ ଦଳର ଦ୍ୱିତୀୟ ଅପରାଧ, ସ୍ଲୋ ଓଭର ରେଟ୍‌ ସହ ଜଡିତ ଏହି କାରଣରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା ହୋଇଛି।

ଏଥର ମାମଲା କେବଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ସୀମିତ ନ ଥିଲା ବରଂ ଦଳର ଖେଳାଳିମାନଙ୍କ ଉପରେ ମଧ୍ୟ ଜରିମାନା କରାଯାଇଛି। ସ୍ଲୋ ଓଭର ରେଟ୍‌ର ଅପରାଧ ହେତୁ, ଇମ୍ପାକ୍ଟ ପ୍ଲେୟାର ସମେତ ଦଳର ସମସ୍ତ ଖେଳାଳିଙ୍କୁ ପ୍ରତ୍ୟେକ ୬-୬ଲକ୍ଷ ଟଙ୍କା ଲେଖାଏ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri