Posted inଖେଳ

ବିଦେଶରେ ବି ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକ, ପର୍ବତ ଶିଖରରେ ଉଡ଼ାଇଲେ ପତାକା

ପ୍ରଶଂସକଙ୍କ ବିନା ଆଇପିଏଲ ଅସମ୍ପୂର୍ଣ୍ଣ ଅଟେ। ପ୍ରତ୍ୟେକ ଫ୍ରାଞ୍ଚାଇଜ ଫଲୋ କରୁଥିବା ପ୍ରଶଂସକ ଏତେ ଅଧିକ ଯେ, ଲୋକମାନେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିବାକୁ କିଛି ବି ପୋଷ୍ଟ କରନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲର ସବୁଠାରୁ ସଫଳ ଫ୍ରାଞ୍ଚାଇଜ ଅଟେ। ମୁମ୍ବାଇର ପ୍ରଶଂସକମାନେ କେବଳ ଭାରତରେ ନୁହନ୍ତି, ବିଦେଶରେ ମଧ୍ୟ ଅଛନ୍ତି।

ଏହି ସମୟରେ ସୁଇଜରଲାଣ୍ଡରୁ ଏକ ସୁନ୍ଦର ଫଟୋ ଭାଇରାଲ ହେବାରେ ଲାଗିଛି। ଋଷି ପୋପାଓ୍ବାଲା ନାମକ ଜଣେ ଯୁବକ ମୁମ୍ବାଇ ଇଣ୍ଡିଆନ୍ସର ପତାକା ସହିତ ଏକ ଫଟୋ ଶେୟାର କରି ଏଥିରେ କ୍ୟାପଶନ ଲେଖିଛନ୍ତି, ‘ମୁଁ ରେକର୍ଡ କରିଛି। ପ୍ରଥମେ, ମୁମ୍ବାଇ ଇଣ୍ଡିଆନ୍ସର ପତାକା ୟୁରୋପର ସର୍ବୋଚ୍ଚ ଶିଖର ଜଙ୍ଗଫ୍ରାଜୋକ ପର୍ବତ ଉପରେ ଉଠାଯାଇଛି। ଦ୍ୱିତୀୟରେ ମୁମ୍ବାଇର ପତାକା ସର୍ବୋଚ୍ଚ ସ୍ଥାନରେ ଉଡ଼ାଯାଉଛି ଏବଂ ଏହା ପ୍ରଥମଥର ପାଇଁ ଘଟିଛି।

ଋଷିଙ୍କ ଟୁଇଟ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ତା’ ଟ୍ବିଟର ହ୍ୟାଣ୍ଡେଲରେ ରିଟୁଇଟ୍‌ କରିଛି। ମୁମ୍ବାଇ ଲେଖିଛି, ଆମ ପରିବାର ନୂଆ ଉଚ୍ଚତାକୁ ଛୁଇଁଛି, ଯାହା ଆମକୁ ଗର୍ବିତ କରୁଛି। ପରାଜୟ ସହିତ ଟୁର୍ନାମେଣ୍ଟ ଆରମ୍ଭ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ବିଜୟ ଟ୍ରାକ୍‌କୁ ଫେରିଛି। ଆରସିବି ଏବଂ ଚେନ୍ନାଇକୁ ହରାଇବା ପରେ ମୁମ୍ବାଇ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି।

ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବିଜୟର ହ୍ୟାଟ୍ରିକ୍‌ ସମାପ୍ତ କରିଛି। ଏହାପୂର୍ବରୁ ମୁମ୍ବାଇ ଦିଲ୍ଲୀ କ୍ୟାପିଟାଲ୍ସ କେକେଆର ଏବଂ ପରେ ଏସ୍‌ଆରଏଚ୍‌କୁ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ୫ ଓ୍ବିକେଟ ପାଇଁ ୧୯୨ ରନ ସଂଗ୍ରହ କରିଥିଲା। କ୍ୟାମରୁନ୍‌ ଗ୍ରୀନ୍‌ ୪୦ ବଲରୁ ୬୪ ରନ୍‌ ସଂଗ୍ରହ କରିଥିଲେ। ଶେଷ ଓଭରରେ ମୁମ୍ବାଇ ସନରାଇଜର୍ସ ହାଇଦ୍ରାବାଦକୁ ୧୪ ରନରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri