Posted inଖେଳ

ରୋହିତଙ୍କୁ ଟ୍ରେଡ୍‌ କରାଯିବା ନେଇ ହେଉଥିଲା ଚର୍ଚ୍ଚା: ଏବେ ଆଧିକାରୀକ ଭାବେ ପ୍ରତିକ୍ରିୟା ରଖିଲା ମୁମ୍ବାଇ

ନୂଆଦିଲ୍ଲୀ,୧୯।୧୨: ଆଇପିଏଲ୍‌ ୨୦୨୪ ଲାଗି ଆୟୋଜିତ ମିନି ଅକ୍ସନର ପ୍ରାୟ ଏକ ସପ୍ତାହ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତ କରିଥିଲା। ଫଳରେ ଦୀର୍ଘ ଏକ ଦଶନ୍ଧି ଧରି ଦଳର ନେତୃତ୍ୱ ନେଇଆସିଥିବା ରୋହିତ ଶର୍ମାଙ୍କୁ ନେଇ ନାନାଦି ଚର୍ଚ୍ଚା ଆରମ୍ଭ ହୋଇଥିଲା। ରୋହିତ ମୁମ୍ବାଇ ଛାଡ଼ିବେ ବୋଲି ଏବଂ ତାଙ୍କୁ ଅନ୍ୟ ଫ୍ରାଞ୍ଚାଇଜକୁ ଟ୍ରେଡ କରିବାକୁ ଯୋଜନା କରାଯାଉଥିବା କୁହାଯାଉଥିଲା। ଏବେ ଏନେଇ ମୁମ୍ବାଇ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି।

ରିପୋର୍ଟ ମୁତାବକ, ମୁମ୍ବାଇର ଅଧିକାରୀମାନେ ରୋହିତ ଅନ୍ୟ ଦଳକୁ ଯିବା ଖବର ମିଥ୍ୟା ବୋଲି କହିଛନ୍ତି। କୌଣସି ଖେଳାଳି ମୁମ୍ବାଇ ଛାଡ଼ିବେ ନାହିଁ କିମ୍ବା କାହାକୁ ବି ଟ୍ରେଡ୍‌ କରାଯିବ ନାହିଁ। ଏପରିକି ହାର୍ଦ୍ଦିକଙ୍କୁ ଅଧିନାୟକ କରାଯିବା ପୂର୍ବରୁ ଦଳର ପ୍ରତିଟି ଖେଳାଳିଙ୍କ ସହ ଆଲୋଚନା କରାଯାଇଥିଲା। ଏହି ନିର୍ଣ୍ଣୟକୁ ନେଇ ରୋହିତ ମଧ୍ୟ ସହମତି ପ୍ରକାଶ କରିଥିଲେ।

କହିରଖୁଛୁ, ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ରୋହିତ ଏବଂ ମୁମ୍ବାଇର ଅନ୍ୟ କିଛି ଖେଳାଳିକୁ ଟ୍ରେଡ୍‌ କରିପାରେ ବୋଲି ଶୁଣିବାକୁ ମିଳୁଥିଲା। ଏବେ ଏହାକୁ ନେଇ ମୁମ୍ବାଇ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri