ଆଇପିଏଲ୍‌ରେ ସର୍ବାଧିକ ମ୍ୟାଚ୍‌ ଖେଳିଛି ଏହି ଟିମ୍‌

ନୂଆଦିଲ୍ଲୀ, ୧୪।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ବାକି ରହିଛି। ଏହି ହାଇଭୋଲଟେଜ୍‌ ଟୁର୍ନାମେଣ୍ଟ ଆସନ୍ତା ୧୯ରୁ ଏହା ୟୁଏଇରେ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ।
ରେକର୍ଡ ଉପରେ ଦୃଷ୍ଟି ପକାଯିବ ତେବେ ଆଇପିଏଲ୍‌ ଇତିହାସରେ ସବୁଠାରୁ ଅଧିକ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ମୁମ୍ବାଇ ଦଳ ନାମରେ ରହିଛି। ୨୦୦୮ରୁ ୨୦୧୯ ମଧ୍ୟରେ ମୁମ୍ବାଇ ମୋଟ୍‌ ଉପରେ ୧୮୭ ଆଇପିଏଲ୍‌ ମ୍ୟାଚ୍‌ ଖେଳିଛି। ମୁମ୍ବାଇ ପଛକୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ୍‌ ଚ୍ୟାଲେଞ୍ଜର ବାଙ୍ଗାଲୋର (୧୮୧), କୋଲକାତା ନାଇଟ୍‌ ରାଇଡର୍ସ (୧୭୮), ଦିଲ୍ଲୀ କ୍ୟାପିଟାଲ୍ସ (୧୭୭), କିଙ୍ଗ୍ସ ଇଲେଭେନ ପଞ୍ଜାବ (୧୭୬), ଚେନ୍ନାଇ ସୁପର୍‌ କିଙ୍ଗ୍ସ (୧୬୫), ରାଜସ୍ଥାନ ରୟାଲ୍ସ (୧୪୭) ଓ ସନ୍‌ରାଇଜର୍ସ ହାଇଦ୍ରାବାଦ (୧୦୮) ଯଥାକ୍ରମେ ୨ରୁ ୮ମ ସ୍ଥାନ ମଧ୍ୟରେ ରହିଛନ୍ତି। ମୋଟ୍‌ ଉପରେ ୮ଟି ଦଳ ୧୦୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ ଖେଳିଛନ୍ତି। ଏଥିମଧ୍ୟରୁ କେବଳ ୨ଟି ଦଳ ୧୦୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ ଜିତିପାରିଛି। ଏହି ୨ଟି ଟିମ୍‌ ହେଲା ମୁମ୍ବାଇ (୧୦୭) ଓ ଚେନ୍ନାଇ (୧୦୦)। ସେହିଭଳି ୭ଟି ଟିମ୍‌ ୫୦ କିମ୍ବା ଏହାଠାରୁ ଅଧିକ ମ୍ୟାଚ୍‌ ହାରିଛି। ଆଇପିଏଲ୍‌ରେ ସବୁଠାରୁ ଅଧିକ ମ୍ୟାଚ୍‌ ହାରିବାର ଅଲୋଡ଼ା କୀର୍ତ୍ତିମାନ ଦିଲ୍ଲୀ କ୍ୟାପିଟାଲ୍ସ (୯୭ ମ୍ୟାଚ୍‌) ନାମରେ ରହିଛି। ଦିଲ୍ଲୀ ସମେତ ମୋଟ୍‌ ୩ଟି ଟିମ୍‌ ୯୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ରେ ପରାଜୟର ସାମ୍ନା କରିଛନ୍ତି। ଅନ୍ୟ ୨ଟି ଟିମ୍‌ ହେଲା କିଙ୍ଗ୍ସ ଇଲେଭେନ ପଞ୍ଜାବ (୯୪) ଓ ବାଙ୍ଗାଲୋର (୯୨)।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri