Posted inଖେଳ

ରାହୁଲଙ୍କ ଚମତ୍କାର ଶତକ:ମୁମ୍ବାଇକୁ ୧୬୯ ରନ୍‌ର ଟାର୍ଗେଟ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ସୁପର୍‌ ଜିଆଣ୍ଟ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟର୍‌ ହରାଇ ୧୬୮ ରନ୍‌ ସଂଗ୍ରହ କରିଛି। ଫଳରେ ମୁମ୍ବାଇକୁ ୧୬୯ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ଅଧିନାୟକ କେ.ଏଲ ରାହୁଲ ଚମତ୍କାର ଫର୍ମ ବଜାୟ ରଖି ଚଳିତ ଆଇପିଏଲ୍‌ରେ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ୬୧ଟି ବଲରେ ନିଜର ଶତକ ପୂରଣ କରିଥିଲେ। ଛକା ମାରି ଶତକ ହାସଲ କରିଥିବା ରାହୁଲ ୬୨ ବଲ୍‌ରୁ ୧୦୩ ରନ୍‌ କରି ଅପରାଜିତ ରହିଥିଲେ। ସେ କେବଳ ମୁମ୍ବାଇ ବିପକ୍ଷରେ ଉଭୟ ଶତକ ହାସଲ କରିଛନ୍ତି। କୋହଲିଙ୍କ ପରେ ସେ କେବଳ ଦ୍ୱିତୀୟ ଖେଳାଳି, ଯିଏକି ଗୋଟିଏ ସିଜନରେ ସମାନ ଦଳ ବିପକ୍ଷରେ ଦୁଇଟି ଶତକ ହାସଲ କରିଛନ୍ତି। ମୁମ୍ବାଇ ପକ୍ଷରୁ କିରନ ପୋଲାର୍ଡ ଏବଂ ରିଲେ ମେରେଡିଥ୍‌ ଦୁଇଟି ଲେଖାଏ ଉଇକେଟ୍‌ ନେଇଥିଲେ।
ଆଇପିଏଲ ଇତିହାସର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ ସିଜିନର ପ୍ରଥମ ବିଜୟ ଖୋଜୁଛି। ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ନିଜର ସମସ୍ତ ସାତୋଟି ମ୍ୟାଚ ହାରି ପଏଣ୍ଟ ଟେବୁଲର ଶେଷ ସ୍ଥାନରେ ଅଛି। ଅନ୍ୟପକ୍ଷରେ, ଲିଗର ନୂତନ ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ ପାଇଁ ଏପର୍ଯ୍ୟନ୍ତ ଯାତ୍ରା ବହୁତ ଭଲ ହୋଇଛି। ଦଳ ସାତୋଟି ମ୍ୟାଚ ମଧ୍ୟରୁ ଚାରିଟି ଜିତି ପଞ୍ଚମ ସ୍ଥାନରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?