Posted inଖେଳ

ବୁମ୍‌ରାଙ୍କ ସ୍ଥାନ ନେଲେ ସନ୍ଦୀପ

ମୁମ୍ବାଇ,୧ା୪: ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ ୨୦୨୩ ପାଇଁ ଆଘାତପ୍ରାପ୍ତ ପେସ୍‌ବୋଲର ଯଶପ୍ରୀତ ବୁମ୍‌ରାଙ୍କ ସ୍ଥାନରେ ଡାହାଣହାତୀ ଫାଷ୍ଟ ବୋଲର ସନ୍ଦୀପ ଓ୍ବାରିୟରଙ୍କୁ ଦଳରେ ସାମିଲ କରିଛି।

ପିଠିରେ ଆଘାତ ଯୋଗୁ ବୁମ୍‌ରା ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ସନ୍ଦୀପ ୨୦୨୧ରେ ଭାରତ ପକ୍ଷରୁ ପ୍ରଥମ ଥର ଖେଳିବା ସୁଯୋଗ ପାଇଥିଲେ। ଘରୋଇ ଟୁର୍ନାମେଣ୍ଟରେ କିନ୍ତୁ ତାଙ୍କର ଅଭିଜ୍ଞତା ରହିଛି। ସେ ୨୦୦ ମ୍ୟାଚ ଖେଳିଛନ୍ତି। ତନ୍ମଧ୍ୟରେ ୬୯ ମ୍ୟାଚ ଟି୨୦ ଫର୍ମାଟ ରହିଛି। ସେ ତାଙ୍କ କ୍ୟାରିୟରରେ ସମସ୍ତ ଫର୍ମାଟରେ ୩୬୨ ଉଇକେଟ ଅକ୍ତିଆର କରିଛନ୍ତି।

ମୁମ୍ବାଇ ଇଣ୍ଡିଆନ୍ସ ତାର ପ୍ରଥମ ମ୍ୟାଚ ଏପ୍ରିଲ-୨ ତାରିଖ ବାଙ୍ଗାଲୋରରେ ରୟାଲ ଚ୍ୟାଲେଞ୍ଜର୍ସ ବିପକ୍ଷରେ ଖେଳିବ। ଘରୋଇ ଟୁର୍ନାମେଣ୍ଟରେ ସନ୍ଦୀପ ୬୬ ପ୍ରଥମଶ୍ରେଣୀ, ୬୯ ଲିଷ୍ଟ ଏ’ ଏବଂ ୬୮ ଟି୨୦ ମ୍ୟାଚ ଖେଳି ଯଥାକ୍ରମେ ୨୧୭, ୮୩ ଓ ୬୨ ଉଇକେଟ ନେଇଛନ୍ତି। ୨୦୨୧ ଜୁଲାଇରେ ସେ କଲମ୍ବୋଠାରେ ଶ୍ରୀଲଙ୍କା ବିପକ୍ଷରେ ଭାରତ ତରଫରୁ ଅନ୍ତର୍ଜାତୀୟ ଟି୨୦ରେ ପଦାର୍ପଣ କରିଥିଲେ। ୨୦୨୦ରେ ତାମିଲନାଡୁକୁ ଯିବା ପୂର୍ବରୁ ସେ କେରଳ ପକ୍ଷରୁ ଘରୋଇ କ୍ରିକେଟ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri