Posted inଖେଳ

ଆର୍‌ସିବିକୁ ହରାଇ ଶୀର୍ଷରେ ପହଞ୍ଚିଲା ମୁମ୍ବାଇ ଇଣ୍ଡିଆନ୍ସ

ବେଙ୍ଗାଲୁରୁ, ୩।୩: ଓମେନ୍ସ ପ୍ରିମିୟର ଲିଗ୍‌ର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)କୁ ପରାସ୍ତ କରିଛି। ଆରସିବି ୨୦ ଓଭରରେ ୬ ଉଇକେଟ ହରାଇ ୧୩୧ ରନ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୫.୧ ଓଭରରେ ୩ ଉଇକେଟ ହରାଇ ୧୩୩ ରନ ସଂଗ୍ରହ କରି ନେଇଥିଲା। ୪ ମ୍ୟାଚରୁ ତୃତୀୟ ବିଜୟ ସହ ମୁମ୍ବାଇ ପଏଣ୍ଟ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଛି। ଏହି ଦଳର ପଏଣ୍ଟ ସଂଖ୍ୟା ୬ରେ ପହଞ୍ଚିଛି। ଅନ୍ୟପକ୍ଷରେ ଆରସିବି ୪ ମ୍ୟାଚରୁ ୨ୟ ପରାଜୟ ସହ ୪ ନମ୍ବର ସ୍ଥାନକୁ ଖସିଛି।
ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ମୁମ୍ବାଇ ଦଳର କାମଚଳା ଅଧିନାୟିକା ନାଟ ସ୍କିଭର-ବ୍ରଣ୍ଟ। ବୋଲରମାନେ ଚମତ୍କାର ବୋଲିଂ କରି ଅଧିନାୟିକାଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରିଥିଲେ। ଦଳୀୟ ସ୍କୋର ୧୪ ହୋଇଥିବାବେଳେ ଅଧିନାୟିକା ସ୍ମୃତି ମନ୍ଧାନାଙ୍କ ଉଇକେଟ ହରାଇ ଆରସିବି ବ୍ୟାକ୍‌ଫୁଟକୁ ଚାଲି ଯାଇଥିଲା। ମନ୍ଧାନା ୯, ସୋଫି ଡିଭାଇନ ୯ ଓ ସାଭିନେନି ମେଘନା ୧୧ ରନକରି ପ୍ୟାଭିଲିୟନ ଫେରିବାରୁ ଆରସିବି ସ୍କୋର ୫.୪ ଓଭର ବେଳକୁ ୩୩/୩ ହୋଇ ଯାଇଥିଲା। ଗୋଟିଏ ପଟରେ ଏଲିସ ପେରୀ ଦକ୍ଷତାର ସହ ବିପକ୍ଷ ଦଳର ବୋଲରଙ୍କୁ ମୁକାବିଲା କରିଥିବାବେଳେ ଅନ୍ୟପଟରେ ବ୍ୟାଟରଙ୍କ ବିଫଳତା ଯୋଗୁ ଦଳ ବଡ଼ ସ୍କୋର କରିପାରି ନ ଥିଲା। ଡିଭାଇନ ୩୮ ବଲ୍‌ରୁ ସର୍ବାଧିକ ୪୫ ରନକରି ଅପରାଜିତ ରହିଥିଲେ। ରିଚା ଘୋଷ ୭, ସୋଫି ମୋଲିନକ୍ସ ୧୨ ଓ ଜର୍ଜିଆ ଓ୍ବେରହାମ ୨୭ ରନକରି ଆଉଟ ହୋଇଥିଲେ। ମୁମ୍ବାଇ ପକ୍ଷରୁ ନାଟ ସ୍କିଭର-ବ୍ରଣ୍ଟ ଓ ପୂଜା ବସ୍ତ୍ରକାର ୨ଟି ଲେଖାଏ ଏବଂ ଇସି ଓ୍ବଙ୍ଗ ଓ ସାଇକା ଇସାକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟରମାନେ ଆରସିବି ବୋଲରଙ୍କୁ ସଫଳ ମୁକାବିଲା କରିଥିଲେ। ଟପ୍‌ ଅର୍ଡରରେ ୟାସ୍ତିକା ଭାଟିଆ ୩୧, ହିଲି ମାଥ୍ୟୁସ ୨୬, ନାଟ୍‌ ସ୍କିଭର-ବ୍ରଣ୍ଟ ୨୭ ରନକରି ଆଉଟ ହୋଇଥିବାବେଳେ ଆମେଲିଆ କେର ୨୪ ବଲ୍‌ରୁ ଦ୍ରୁତ ୪୦ ଓ ପୂଜା ବସ୍ତ୍ରକାର ୮ ରନରେ ଅପରାଜିତ ରହିଥିଲେ। ଆରସିବି ପକ୍ଷରୁ ସୋଫି ଡିଭାଇନ, ଜର୍ଜିଆ ଓ୍ବେରହାମ ଓ ଶ୍ରେୟଙ୍କା ପାଟିଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri