ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍‌କା: ଆଇପିଏଲ୍‌ ଖେଳିବେନି ମାଲିଙ୍ଗା

ଦୁବାଇ, ୨।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଝଟ୍‌କା ଲାଗିଛି। ଆଇପିଏଲ୍‌ ଇତିହାସର ସବୁଠାରୁ ଶ୍ରେଷ୍ଠ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ସଂସ୍କରଣରୁ ଓହରି ଯାଇଛନ୍ତି। ବ୍ୟକ୍ତିଗତ କାରଣ ଲାଗି ଚଳିତ ସିଜନରେ ମୁମ୍ବାଇ ପକ୍ଷରୁ ଖେଳିପାରିବେନି ବୋଲି ମାଲିଙ୍ଗା ଘୋଷଣା କରିଛନ୍ତି। ଏଥିସହ ସେ ପରିବାର ସହିତ ସମୟ ବିତାଇବାକୁ ଚାହୁଁଛନ୍ତି ବୋଲି କହିଛନ୍ତି। ତେବେ ମାଲିଙ୍ଗାଙ୍କ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସ ଅଭିଜ୍ଞ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜେମ୍ସ ପାଟିନସନଙ୍କୁ ଦଳରେ ସାମିଲ କରିଛି। ମୁମ୍ବାଇ ପକ୍ଷରୁ ବୁଧବାର ଏନେଇ ସ୍ପଷ୍ଟ କରାଯାଇଛି।
ସ୍ପେଶାଲିଷ୍ଟ ବୋଲର ମାଲିଙ୍ଗା ୨୦୦୯ରେ ଆଇପିଏଲ୍‌ ପଦାର୍ପଣ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୧୨୨ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୧୭୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଆଇପିଏଲ୍‌ ଇତିହାସରେ ସେ ସବୁଠାରୁ ସଫଳତମ ବୋଲର ସାବ୍ୟସ୍ତ ହୋଇଛନ୍ତି। ଗତବର୍ଷ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ବିଜୟ ଲାଗି ଅନ୍ତିମ ଓଭରରେ ୯ ରନ ଆବଶ୍ୟକ ହେଉଥିଲା। କିନ୍ତୁ ଏହି ଓଭର ବୋଲିଂ କରିବାକୁ ଆସିଥିବା ମାଲିଙ୍ଗା ୭ ରନ୍‌ ବ୍ୟୟ କରି ମୁମ୍ବାଇକୁ ୪ର୍ଥ ଥର ପାଇଁ ଚାମ୍ପିୟନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri