ମୁମ୍ବାଇ ଇଣ୍ଡିଆନ୍ସକୁ ଝଟ୍‌କା: ଆଇପିଏଲ୍‌ ଖେଳିବେନି ମାଲିଙ୍ଗା

ଦୁବାଇ, ୨।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଝଟ୍‌କା ଲାଗିଛି। ଆଇପିଏଲ୍‌ ଇତିହାସର ସବୁଠାରୁ ଶ୍ରେଷ୍ଠ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ସଂସ୍କରଣରୁ ଓହରି ଯାଇଛନ୍ତି। ବ୍ୟକ୍ତିଗତ କାରଣ ଲାଗି ଚଳିତ ସିଜନରେ ମୁମ୍ବାଇ ପକ୍ଷରୁ ଖେଳିପାରିବେନି ବୋଲି ମାଲିଙ୍ଗା ଘୋଷଣା କରିଛନ୍ତି। ଏଥିସହ ସେ ପରିବାର ସହିତ ସମୟ ବିତାଇବାକୁ ଚାହୁଁଛନ୍ତି ବୋଲି କହିଛନ୍ତି। ତେବେ ମାଲିଙ୍ଗାଙ୍କ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସ ଅଭିଜ୍ଞ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜେମ୍ସ ପାଟିନସନଙ୍କୁ ଦଳରେ ସାମିଲ କରିଛି। ମୁମ୍ବାଇ ପକ୍ଷରୁ ବୁଧବାର ଏନେଇ ସ୍ପଷ୍ଟ କରାଯାଇଛି।
ସ୍ପେଶାଲିଷ୍ଟ ବୋଲର ମାଲିଙ୍ଗା ୨୦୦୯ରେ ଆଇପିଏଲ୍‌ ପଦାର୍ପଣ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୧୨୨ ଆଇପିଏଲ୍‌ ମ୍ୟାଚ୍‌ ଖେଳି ୧୭୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଏଥିସହ ଆଇପିଏଲ୍‌ ଇତିହାସରେ ସେ ସବୁଠାରୁ ସଫଳତମ ବୋଲର ସାବ୍ୟସ୍ତ ହୋଇଛନ୍ତି। ଗତବର୍ଷ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ବିଜୟ ଲାଗି ଅନ୍ତିମ ଓଭରରେ ୯ ରନ ଆବଶ୍ୟକ ହେଉଥିଲା। କିନ୍ତୁ ଏହି ଓଭର ବୋଲିଂ କରିବାକୁ ଆସିଥିବା ମାଲିଙ୍ଗା ୭ ରନ୍‌ ବ୍ୟୟ କରି ମୁମ୍ବାଇକୁ ୪ର୍ଥ ଥର ପାଇଁ ଚାମ୍ପିୟନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri