Posted inଖେଳ

୧୨୯ରେ ଅଟକିଲା ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା,୨।୧୦: ଚଳିତ ଆଇପିଏଲ୍‌ର ଶନିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରିଷଭ ପନ୍ତଙ୍କ ଦିଲ୍ଲୀ କ୍ୟାପିଟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହାକୁ ସଠିକ୍‌ ପ୍ରମାଣିତ କରିଥିଲେ ବୋଲର। ୨୦ ଓଭରରେ ୮ ଉଇକେଟ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ୧୨୯ ରନ୍‌ରେ ଅଟକି ଯାଇଥିଲା।

ମାପଚୁପ ବୋଲିଂ ଯୋଗୁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏବଂ କ୍ୱିଣ୍ଟନ ଡି କକଙ୍କ ଓପନିଂ ଯୋଡି ମଧ୍ୟ ଖାସି କିଛି କମାଲ କରି ପାରି ନ ଥିଲେ। ଅଧିନାୟକ ରୋହିତ ଶର୍ମା ୭ ରନ୍‌ କରି ଆବେଶ ଖାନ୍‌ଙ୍କ ବଲ୍‌ରେ ଆଉଟ ହୋଇଯାଇଥିଲେ। ଏହାର କିଛି ସମୟ ପରେ କ୍ୱିଣ୍ଟନ ଡି କକ୍‌ ମଧ୍ୟ ୧୯ ରନ୍‌ କରି ଅକ୍ଷର ପଟେଲଙ୍କ ବଲରେ ଆଉଟ ହୋଇଥିଲେ। ଅକ୍ଷର ପଟେଲଙ୍କ ଘାତକ ବୋଲିଂ ସତ୍ତ୍ୱେ ସୂର୍ଯ୍ୟକୁମାର ଯାଦବ ଦଳକୁ ଆଗକୁ ନେବାକୁ ଚେଷ୍ଟା କରି ୩୩ ରନ୍‌ରେ କ୍ୟାଚ୍‌ ଆଉଟ ହୋଇଯାଇଥିଲା। ସୌରଭ ତିଓ୍ବାରି ୧୫ ରନ୍‌ କରିଥିବା ବେଳେ କିରନ ପୋଲାର୍ଡ ୬ , ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୧୭, କ୍ରୁନାଲ ପାଣ୍ଡ୍ୟା (ଅପରାଜିତ ୧୩ ), ନାଥାନ କଲଟର ନାଇଲ ୧, ଜୟନ୍ତ ଯାଦବ ୧୧ ଓ ଜସପ୍ରୀତ ବୁମ୍ରା ୧ ରନ ସଂଗ୍ରହ କରିଥିଲେ।

ଦିଲ୍ଲୀ କ୍ୟାପିଟାଲ ଅକ୍ଷର ପଟେଲ ଏବଂ ଆବେଶ ଖାନ୍‌ ୩ଟି ଲେଖାଏଁ ଉଇକେଟ ନେଇଥିବା ବେଳେ ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ଏବଂ ଅନରିଚ ନୋରତଜେ ଗୋଟିଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri