Posted inଖେଳ

ହାଇଦ୍ରାବାଦ୍‌କୁ ହରାଇ ମୁମ୍ବାଇର କ୍ରମାଗତ ଦ୍ୱିତୀୟ ବିଜୟ

ମୁମ୍ବାଇ,୧୭ା୪:  ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୬୩ ରନର ଟାର୍ଗେଟକୁ ମୁମ୍ବାଇ ୧୮.୧ ଓଭରରେ ୬ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହା ମୁମ୍ବାଇର କ୍ରମାଗତ ଦ୍ୱିତୀୟ ଓ ମୋଟ ଉପରେ ତୃତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା ପଞ୍ଚମ ପରାଜୟ। ମ୍ୟାଚ୍‌ ପୂର୍ବରୁ ମୁମ୍ବାଇ ବ୍ୟାଟର ରୋହିତ ଶର୍ମାଙ୍କୁ ବିସିସିଆଇ ସଭାପତି ରୋଜର ବିନି ସମ୍ବର୍ଦ୍ଧିତ କରିଥିଲେ।

ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ ୨୦ ଓଭରରେ ୫ ଉଇକେଟ ହରାଇ ୧୬୨ ରନ କରିଥିଲା। ଦଳ ପକ୍ଷରୁ ଅଭିଷେକ ଶର୍ମା ୨୮ ବଲରେ ସର୍ବାଧିକ ୪୦ (୭ ଚୌକା) ରନ କରିଥିବା ବେଳେ ହନରିଚ କ୍ଲାସେନ ୨୮ ବଲରେ ୩୭ (୩ ଚୌକା ଓ ୨ ଛକା), ଟ୍ରାଭିସ ହେଡ୍‌ ୨୮ (୩ ଚୌକା), ଅନିକେତ ବର୍ମା ୮ ବଲରେ ୧୮ (୨ ଛକା) ରନ କରିଥିଲେ। ଏହି ମ୍ୟାଚ୍‌ ଜରିଆରେ ହେଡ୍‌ ଦ୍ୱିତୀୟ ଦ୍ରୁତତମ ବ୍ୟାଟର ଭାବେ ଆଇପିଏଲ୍‌ କ୍ୟାରିୟରରେ ଏକ ହଜାର ରନ ପୂରଣ କରିଛନ୍ତି।

ମୁମ୍ବାଇ ପକ୍ଷରୁ ଓ୍ବିଲ ଜ୍ୟାକ୍ସ ୨ ଉଇକେଟ ନେଇଥିବା ବେଳେ ଟ୍ରେଣ୍ଟ ବୋଲ୍ଟ, ଯଶପ୍ରୀତ ବୁମରା ଓ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ମୁମ୍ବାଇକୁ ରିଆନ ରିକଲଟନ ଓ ରୋହିତ ଶର୍ମାଙ୍କ ଓପନିଂ ଯୋଡ଼ି ଭଲ ଆରମ୍ଭ କରିଥିଲେ। ରୋହିତ ୧୬ ବଲରେ ୩ ଛକା ବଳରେ ୨୬ ଓ ରିକଲଟନ ୫ ଚୌକା ସହିତ ୩୧ ରନ ପାଭିଲିଅନ ଫେରିଥିଲେ। ଏହାପରେ ଓ୍ବିଲ ଓ ସୂର୍ଯ୍ୟକୁମାର ଯାଦବ ତୃତୀୟ ଉଇକେଟରେ ୫୨ ରନ ଯୋଡ଼ିଥିଲେ। ଦୁହେଁ ପ୍ରତିପକ୍ଷ ଦଳର ଅଧିନାୟକ ପ୍ୟାଟ କୁମିନ୍ସଙ୍କ ବଲରେ ଆଉଟ ହୋଇଥିଲେ। ଜ୍ୟାକ୍ସ ୨୬ ବଲରେ ୩ ଚୌକା ଓ ୨ ଛକା ସହିତ ୩୬ ଏବଂ ସୂର୍ଯ୍ୟକୁମାର ୧୫ ବଲରେ ୨ ଲେଖାଏ ଚୌକା ଓ ଛକା ବଳରେ ୨୬ ରନ କରି ପାଭଲିଅନ ଫେରିଥିଲେ। ଶେଷ ଆଡ଼କୁ ତିଲକ ବର୍ମା ୧୭ ଓ ହାର୍ଦ୍ଦିକ ୨୧ (୩ ଚୌକା ଓ ୧ ଛକା) ରନ କରି ଦଳକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri