ମୁମ୍ବାଇର ଅବିଶ୍ୱସନୀୟ ବିଜୟ

ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍‌ ଓଭରରେ ଡାନିଏଲ୍‌ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ କରି ମୁମ୍ବାଇ ଇଣ୍ଡିଆନ୍ସକୁ ଅବିଶ୍ୱସନୀୟ ବିଜୟ ଭେଟିଦେଲେ। ଫଳରେ ୧୯ତମ ଓଭର ପର୍ଯ୍ୟନ୍ତ ମ୍ୟାଚକୁ ନିୟନ୍ତ୍ରଣରେ ରଖିଥିବା ଗୁଜରାଟକୁ ମୁମ୍ବାଇ ୫ ରନରେ ପରାସ୍ତ କରିବାକୁ ସକ୍ଷମ ହେଲା। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ୧୦ ମ୍ୟାଚରୁ ମୁମ୍ବାଇର ଏହା ଦ୍ୱିତୀୟ ବିଜୟ। ଅନ୍ୟପକ୍ଷରେ ଗୁଜରାଟ ବିଜୟ ଦ୍ୱାରରେ ପହଞ୍ଚିଥିଲେ ହେଁ ପରାଜୟ ସ୍ବାଦ ଚାଖିଲା। ଶୁକ୍ରବାର ମ୍ୟାଚରେ ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୭୭ ରନ କରିଥିବା ବେଳେ ଗୁଜରାଟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୨ ରନରେ ସୀମିତ ରହିଥିଲା।
ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଓ ଇଶାନ କିଶନ ବିସ୍ଫୋରକ ବ୍ୟାଟିଂ କରି ଦଳର ବଡ଼ ସ୍କୋର ପାଇଁ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ଦୁହେଁ ୪୫ ବଲ୍‌ରୁ ଓପନିଂ ଯୋଡ଼ିରେ ଦ୍ରୁତ ୭୪ ରନ ସଂଗ୍ରହ କରିଥିଲେ। ୮ମ ଓଭରର ତୃତୀୟ ବଲ୍‌ରେ ରୋହିତଙ୍କୁ ଏଲବିଡବ୍ଲ୍ୟୁ ଆଉଟ କରି ଗୁଜରାଟକୁ ବ୍ରେକ୍‌ ଥ୍ରୁ ଦେଇଥିଲେ ତାରକା ସ୍ପିନର ରଶିଦ ଖାଁ। ଅମ୍ପାୟର ନଟ୍‌ଆଉଟ ଦେଇଥିଲେ ହେଁ ରଶିଦ ରିଭ୍ୟୁ ନେଇ ସଫଳତା ପାଇଥିଲେ। ରୋହିତ ୨୮ ବଲ୍‌ରୁ ୫ ଚୌକା ଓ ୨ ଛକା ସହାୟତାରେ ୪୩ ରନ କରି ପ୍ୟାଭିଲିୟନ ଫେରିଥିଲେ। ନିର୍ଭରଯୋଗ୍ୟ ସୂର୍ଯ୍ୟକୁମାର ଯାଦବ ୧୧ ବଲ୍‌ରୁ ମାତ୍ର ୧୩ (୧ ଛକା) ରନକରି ଆଉଟ ହେବା ମୁମ୍ବାଇକୁ ଶକ୍ତ ଧକ୍କା ପହଞ୍ଚାଇଥିଲା। କିଶନ ୨୯ ବଲ୍‌ରୁ ୪୫ (୫ ଚେସକା, ୧ ଛକା) ରନ କରିଥିବାବେଳେ ଆଲଜାରି ଜୋସେଫଙ୍କ ବଲ୍‌ରେ ରଶିଦ ଖାଁଙ୍କୁ କ୍ୟାଚ ଦେଇଥିଲେ। ଭେଟେରାନ କିରନ ପୋଲାଡଙ୍କ ଖରାପ ବ୍ୟାଟିଂ ଜାରି ରହିଥିଲା ଏବଂ ସେ ୧୪ ବଲ୍‌ରୁ ମାତ୍ର ୪ ରନକରି ଆଉଟ ହୋଇଥିଲେ। ତିଳକ ବର୍ମା ୨୧ ଏବଂ ଡାନିଏଲ୍‌ ସାମ୍ସ ଖାତା ଖୋଲିପାରି ନ ଥିବାବେଳେ ଶେଷ ଭାଗରେ ଟିମ୍‌ ଡାଭିଡ କେତେକ ଦର୍ଶନୀୟ ଶଟ୍‌ ଖେଳିବାରୁ ମୁମ୍ବାଇ ସ୍କୋର ୧୭୭ରେ ପହଞ୍ଚି ପାରିଥିଲା। ୨୧ଟି ବଲ୍‌ର ସମ୍ମୁଖୀନ ହୋଇଥିବା ଡାଭିଡ ୨ ଚୌକା ଓ ୪ ଛକା ସହାୟତାରେ ୪୪ ରନକରି ଅପରାଜିତ ରହିଥିଲେ। ଗୁଜରାଟ ପକ୍ଷରୁ ରଶିଦ ଖାଁ ୨ଟି ଏବଂ ଆଲଜାରି ଜୋସେଫ, ଲୋକି ଫର୍ଗୁସନ ଓ ପ୍ରଦୀପ ସଙ୍ଗଓ୍ବନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଗୁଜରାଟ ଓପନିଂ ଯୋଡ଼ିରେ ୭୩ ବଲ୍‌ରୁ ୧୦୬ ରନ କରି ବିଜୟ ଦିଗରେ ଅଗ୍ରସର ହୋଇଥିଲା। ୧୩ତମ ଓଭରରେ ମୁମ୍ବାଇ ସ୍ପିନର ମୁରୁଗାନ ଅଶ୍ୱିନ ଗୁଜରାଟର ଦୁଇ ଓପନର ରିଦ୍ଧିମାନ ଶାହା ଓ ଶୁବମନ ଗିଲ୍‌ଙ୍କୁ ଆଉଟ କରିଥିଲେ। ଶୁବମନ ୩୬ ବଲ୍‌ରୁ ୫୨ (୬ ଚୌକା, ୨ ଛକା) ଓ ରିଦ୍ଧିମାନ ୪୦ ବଲ୍‌ରୁ ୫୫ (୬ ଚୌକା, ୨ ଛକା) ରନ କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୧୪ ବଲ୍‌ରୁ ୨୪ ରନକରି ରନ୍‌ଆଉଟ ହୋଇ ଯାଇଥିଲେ। ତେବେ ଶେଷ ଓଭରର ନାଟକୀୟ ଘଟଣାକ୍ରମ ଦଳକୁ ପରାଜୟ ମଧ୍ୟକୁ ଠେଲି ଦେଇଥିଲା।
ସଂକ୍ଷିପ୍ତ ସ୍କୋର:
ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୧୭୭/୬ (ଇଶାନ କିଶନ-୪୫, ଟିମ୍‌ ଡାଭିଡ-୪୪*, ରୋହିତ ଶର୍ମା-୪୩, ତିଳକ ବର୍ମା-୨୧, ରଶିଦ ଖାଁ-୨/୨୪, ଆଲଜାରି ଜୋସେଫ-୧/୪୧, ପ୍ରଦୀପ ସଙ୍ଗଓ୍ବନ-୧/୨୩, ଲୋକି ଫର୍ଗୁସନ-୧/୩୪)। ଗୁଜରାଟ ଟାଇଟାନ୍ସ ୨୦ ଓଭରରେ ୧୭୨/୫ (ରିଦ୍ଧିମାନ ଶାହା-୫୫, ଶୁବମନ ଗିଲ୍‌-୫୨, ମୁରୁଗାନ ଅଶ୍ୱିନ-୨/୨୯, କିରନ ପୋଲାର୍ଡ-୧/୧୩)।

 


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?