Posted inଖେଳ

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬ ଉଇକେଟରେ ପରାସ୍ତ କରିଛି। ଫଳରେ ମୁମ୍ବାଇ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଦୀର୍ଘ ୧୩ ବର୍ଷର ବ୍ୟବଧାନ ପରେ ମୁମ୍ବାଇ ଆଇପିଏଲ୍‌ରେ ତା’ର ପ୍ରଥମ ମ୍ୟାଚ୍‌ ଜିତିବାକୁ ସକ୍ଷମ ହୋଇଛି। ଅନ୍ତିମ ଥର ୨୦୧୩ରେ ମୁମ୍ବାଇ ତା’ର ପ୍ରଥମ ମ୍ୟାଚ୍‌ ଜିତିଥିଲା।

ବ୍ୟାଟିଂ କରିଥିବା କେକେଆର୍‌କୁ ରାହାନେ ଓ ଫିନ ଆଲେନ ୬୯ ରନର ଭଲ ଆରମ୍ଭ ପ୍ରଦାନ କରିଥିଲେ। ଆଲେନ ୧୭ ବଲରେ ୩୭ (୬ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ନଂ-୩ରେ ଆସିଥିବା କାମେରନ ଗ୍ରୀନ (୧୮) ବିଫଳ ହୋଇଥିଲେ। ରାହାନେ ୪୦ ବଲରେ ୬୭ (୩ ଚୌକା ଓ ୫ ଛକା) ଓ ଅଙ୍ଗକ୍ରିଶ ରଘୁବଂଶୀ ୨୯ ବଲରେ ୫୧ (୬ ଚୌକା ଓ ୨ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ରିଙ୍କୁ ସିଂ ୨୧ ବଲରେ ୩୩ (୪ ଚୌକା) ରନ କରି ଅପରାଜିତ ରହିଥିଲେ। କେକେଆର ୨୦ ଓଭରରେ ୪ ଉଇକେଟ ହରାଇ ୨୨୦ ରନ କରିଥିଲା।

ଜବାବରେ ମୁମ୍ବାଇ ପାଇଁ ଆରମ୍ଭରୁ ରୋହିତ ଶର୍ମା ଓ ରିୟାନ ରିକଲଟନ ଛକା ଓ ଚୌକା ବର୍ଷା କରିଥିଲେ। ଦୁହେଁ ୧୧.୫ ଓଭରରେ ୧୪୮ ରନର ଭାଗୀଦାରି କରି ଦଳର ବିଜୟ ନିଶ୍ଚିତ କରିଥିଲେ। ରୋହିତ ୩୮ ବଲରେ ୭୮ (୬ ଲେଖାଏ ଚୌକା ଓ ଛକା) ରନ କରି ଆଉଟ୍‌ ହୋଇଥିବା ବେଳେ ସୂର୍ଯ୍ୟକୁମାର ଯାଦବ(୧୬) ବିଫଳ ହୋଇଥିଲେ।

ଶତକ ଆଡ଼େ ମୁହାଁଇଥିବା ରିକଲଟନ ୪୩ ବଲରେ ୮୧ (୪ ଚୌକା ଓ ୮ ଛକା) ରନ କରି ଦୁର୍ଭାଗ୍ୟବଶତଃ ରନ ଆଉଟ୍‌ ହୋଇଥିଲେ। ଏହାପରେ ତିଲକ ବର୍ମା (୨୦) ଓ ହାର୍ଦ୍ଦିକ (୧୮*) ଦଳର ବିଜୟ ଲାଗି ଆବଶ୍ୟକୀୟ ରନ ସଂଗ୍ରହ କରିନେଇଥିଲେ। ଫଳରେ ମୁମ୍ବାଇ ୧୯.୧ ଓଭରରେ ୪ ଉଇକେଟ ହରାଇ ୨୨୪ ରନ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?