Posted inଖେଳ

ମୁମ୍ବାଇର ଚତୁର୍ଥ ବିଜୟ

ମୁମ୍ବାଇ,୩୦।୪: ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲର ୪୨ତମ ହାଇସ୍କୋରିଂ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୬ ଉଇକେଟରେ ବିଜୟୀ ହୋଇଛି। ଏହି ବିଜୟ ସହ ମୁମ୍ବାଇ ୮ଟି ମ୍ୟାଚ୍‌ରୁ ୪ଟି ବିଜୟୀ ହୋଇ ୮ ପଏଣ୍ଟ ପାଇ ସପ୍ତମ ସ୍ଥାନକୁ ଉନ୍ନୀତ ହୋଇଛି।

ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଯୁବ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଶତକ ବଲରେ ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୨ ରନ୍‌ କରିଥିଲା। ଜବାବରେ ମୁମ୍ବାଇ ୧୯.୩ ଓଭରରେ ୪ ଉଇକେଟ ହରାଇ ୨୧୪ ରନ୍‌ କରି ବିଜୟ ହାସଲ କରିନେଇଥିଲା।

୨୧୩ ରନ୍‌ ଲକ୍ଷ୍ୟର ପିଛା କରୁଥିବା ମୁମ୍ବାଇର ସୂର୍ଯ୍ୟକୁମାର ଯାଦବ ସର୍ବାଧିକ ୫୫ ରନ୍‌ କରିଥିଲେ। ୧୫୨ ରନ୍‌ରେ ଦଳ ଚତୁର୍ଥ ଉଇକେଟ ହରାଇଥିଲେ ମଧ୍ୟ ଟିମ୍‌ ଡେଭିଡ୍‌ ୧୪ ବଲ୍‌ରେ ୪୫ ଓ ତିଳକ ବର୍ମା ୨୯ ରନ୍‌ କରି ଦଳକୁ ବିଜୟୀ କରାଇଥିଲେ। ଉଭୟ ୨୩ ବଲ୍‌ ଖେଳି ୬୨ ରନ୍‌ ଯୋଡିଥିଲେ। ରାଜସ୍ଥାନ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ୨ଟି ଉଇକେଟ ନେଇଥିବା ବେଳେ ସନ୍ଦୀପ ଶର୍ମା ଏବଂ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?